Posted inଖେଳ

ଆଇପିଏଲ୍‌: ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ

ନୂଆଦିଲ୍ଲୀ,୩୧।୩(ପି.ଟି.): ଆସନ୍ତା ୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱରେ ପରିବର୍ତ୍ତନ କରାଯାଇଛି। ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଇଞ୍ଜୁରି କାରଣରୁ ଦଳରୁ ବାଦ୍‌ ପଡିବା ପରେ ମଙ୍ଗଳବାର ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ଅଧିନାୟକ ନିଯୁକ୍ତ କରାଯାଇଛି।
ଗତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଆୟାର ଫିଲ୍ଡିଂ କରୁଥିବା ବେଳେ କାନ୍ଧରେ ଆଘାତ ପାଇଥିଲେ। ଫଳରେ ସିରିଜ ସମେତ ସେ ଆଇପିଏଲ୍‌ରୁ ମଧ୍ୟ ବାଦ୍‌ ପଡିଥିଲେ। ଆୟାରଙ୍କ ନେତୃତ୍ୱରେ ଦିଲ୍ଲୀ ଗତ ସଂସ୍କରଣରେ ଫାଇନାଲରେ ପ୍ରବେଶ କରିଥିଲା ଓ ଫାଇନାଲରେ ମୁମ୍ବାଇ ଇଣ୍ଡିଆନ୍ସଠାରୁ ପରାସ୍ତ ହୋଇ ରନର୍ସଅପ ହୋଇଥିଲା। ଏବେ ତାଙ୍କ ଅନୁପସ୍ଥିତିରେ ପନ୍ତଙ୍କୁ ନେତୃତ୍ୱ ପ୍ରଦାନ କରାଯାଇଛି ବୋଲି ଦିଲ୍ଲୀ କ୍ୟାପିଟାଲ୍ସ ଅଧ୍ୟକ୍ଷ ତଥା ଅନ୍ୟତମ ମାଲିକ କିରଣ କୁମାର ଗାନ୍ଧୀ କହିଛନ୍ତି। ଆଇପିଏଲରେ ୨୩ ବର୍ଷୀୟ ପନ୍ତ ପ୍ରଥମଥର ପାଇଁ ନେତୃତ୍ୱ ନେବାର ସୁଯୋଗ ପାଇବେ। ତେବେ ପୂର୍ବରୁ ସେ ଦିଲ୍ଲୀ ରାଜ୍ୟ ଦଳର ନେତୃତ୍ୱ ନେଇଛନ୍ତି। ଦିଲ୍ଲୀରେ ମୋ ପିଲା ବେଳ କଟିଛି ଓ ଗତ ୬ ବର୍ଷ ହେବ ଦିଲ୍ଲୀ ପାଇଁ ଆଇପିଏଲ୍‌ ଖେଳି ଆସୁଛି। ତେଣୁ ଏହି ଦଳରେ ନେତୃତ୍ୱ ନେବାର ସୁଯୋଗ ପାଇ ନିଜକୁ ଧନ୍ୟ ମନେକରୁଛି ବୋଲି ପନ୍ତ କହିଛନ୍ତି। ଦିଲ୍ଲୀର ନେତୃତ୍ୱ ନେବାକୁ ପନ୍ତ ଉପଯୁକ୍ତ ଖେଳାଳି ବୋଲି ଆୟାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

Video: ଇଣ୍ଟରନ୍ୟାଶନାଲ ଡେବ୍ୟୁରେ କେତେ ନମ୍ବର ଜର୍ସି ପିନ୍ଧିବେ ବୈଭବ? ଦେଖୁ ଦେଖୁ ଖୁସି ହୋଇଗଲେ ବେବି ବସ

ନୂଆଦିଲ୍ଲୀ,୨୩।୬: ଜୁନିଅର କ୍ରିକେଟ ସର୍କିଟରେ ଝଡ଼ ସୃଷ୍ଟି କରିବା ପରେ, ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ। ବୈଭବ ମଙ୍ଗଳବାର ଭାରତୀୟ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri