Posted inଖେଳ

କ୍ୟୁରେଟର୍ସ, ଗ୍ରାଉଣ୍ଡ୍ସମ୍ୟାନ୍‌ଙ୍କ ପାଇଁ ୧.୨୫ କୋଟି ଘୋଷଣା କଲା ବିସିସିଆଇ

ମୁମ୍ବାଇ,୩୦।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ ଲାଗି ପିଚ୍‌ ଓ ଗ୍ରାଉଣ୍ଡ ପ୍ରସ୍ତୁତ କରିଥିବା କ୍ୟୁରେଟର ଓ ଗ୍ରାଉଣ୍ଡ୍ସମ୍ୟାନ୍‌ଙ୍କୁ ‘ପ୍ରଚ୍ଛଦପଟର ନାୟକ’ ଭାବେ ଅବିହିତ କରି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧.୨୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛି। ରବିବାର ରାତିରେ ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସକୁ ୭ଉଇକେଟରେ ହରାଇ ଗୁଜରାଟ ଟାଇଟନ୍ସ ତା’ର ପଦାର୍ପଣ ସିଜନରେ ଆଇପିଏଲ୍‌ ଟ୍ରଫି ହାତେଇଥିଲା। ”ଟାଟା ଆଇପିଏଲ-୨୦୨୨ରେ ଆମକୁ ଭଲ ମ୍ୟାଚ୍‌ ଉପଭୋଗ କରିବାକୁ ଦେଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଖୁସିର ସହିତ ୧.୨୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରୁଛି। ଚଳିତ ସିଜନରେ ୬ଆଇପିଏଲ ଭେନ୍ୟୁରେ ଗ୍ରାଉଣ୍ଡ ପ୍ରସ୍ତୁତ କରିଥିବା ଆମ କ୍ୟୁରେଟର ଓ ଗ୍ରାଉଣ୍ଡ୍ସମ୍ୟାନ୍‌ ହେଉଛନ୍ତି ପ୍ରଚ୍ଛଦପଟର ନାୟକ। ଚଳିତ ସିଜନରେ ଆମେ କିଛି ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ମ୍ୟାଚ୍‌ ଦେଖିଛୁ। ଏଥିଯୋଗୁ ମୁଁ ସେମାନଙ୍କ କଠିନ କାର୍ଯ୍ୟ ପାଇଁ ପ୍ରତ୍ୟେକଙ୍କୁ ଧନ୍ୟବାଦ ଦେଉଛି। କ୍ରିକେଟ କ୍ଲବ ଅଫ୍‌ ଇଣ୍ଡିଆ (ସିସିଆଇ), ଓ୍ବାଙ୍ଖଡେ, ଡିଓ୍ବାଇ ପାଟିଲ, ଏମ୍‌ସିଏ ଏବଂ ପୁଣେର ଗ୍ରାଉଣ୍ଡ୍ସମ୍ୟାନ୍‌ ଓ କ୍ୟୁରେଟରଙ୍କୁ ୨୫ ଲକ୍ଷ ଲେଖାଏ ଅର୍ଥରାଶି ପ୍ରଦାନ କରାଯିବ। ସେହିଭଳି ଇଡେନ ଗାର୍ଡେନ ଓ ନରେନ୍ଦ୍ର ମୋଦି ଷ୍ଟାଡିୟମର ଗ୍ରାଉଣ୍ଡ୍ସମ୍ୟାନ୍‌ଙ୍କୁ ୧୨.୫ ଲକ୍ଷ ଲେଖାଏ ଦିଆଯିବ“ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ଟୁଇଟ୍‌ କରିଛନ୍ତି। ପ୍ରଥମଥର ପାଇଁ ବିସିସିଆଇ ଗ୍ରାଉଣ୍ଡ୍ସମ୍ୟାନଙ୍କ ଲାଗି ଅର୍ଥରାଶି ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?