Posted inଖେଳ

ଆଇପିଏଲ୍‌-୨୦୨୩: ଖେଳାଯିବ ୭୦ ଲିଗ୍‌ ମ୍ୟାଚ୍‌; ଜାଣନ୍ତୁ କେଉଁଦିନ, କାହା ସହ କାହାର ହେବ ମୁକାବିଲା

ନୂଆଦିଲ୍ଲୀ,୧୭।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ(ଆଇପିଏଲ୍‌)ର ୧୬ ତମ ସିଜନ ପାଇଁ ବିସିସିଆଇ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଚଳିତ ବର୍ଷ ମାର୍ଚ୍ଚ ୩୧ରୁ ଆଇପିଏଲ୍‌ ଆରମ୍ଭ ହେବ। ଟୁର୍ନାମେଣ୍ଟରେ ମୋଟ ୭୦ ଲିଗ୍‌ ମ୍ୟାଚ ଖେଳାଯିବାକୁ ଥିବା ବେଳେ ମେ’ ୨୧ ଯାଏ ଗ୍ରୁପ୍‌ ଷ୍ଟେଜ୍‌ ମ୍ୟାଚ୍‌ ଅନୁଷ୍ଠିତ ହେବ। ମେ’ ୨୮ରେ ଫାଇନାଲ ଖେଳାଯିବ।

ଏଥର ଆଇପିଏଲରେ ଓପନିଂ ମ୍ୟାଚ୍‌ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜୁରାଟ ଟାଇଟନ୍ସ(ଜିଟି) ଏବଂ ମହେନ୍ଦ୍ର ସିଂ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ସହିତ ହେବ। ଏହି ଉଦ୍‌ଘାଟନୀ ମ୍ୟାଚ ଅହମ୍ମଦାବାଦରେ ଖେଳାଯିବ।

ଟୁର୍ନାମେଣ୍ଟରେ ୧୦ ଦଳ ମଧ୍ୟରେ ମୋଟ ୭୦ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଏଥିରେ ପ୍ରଶଂସକମାନେ ୧୮ ଡବଲ ହେଡର୍‌ ଦେଖିବାକୁ ପାଇବେ। ଡବଲ ହେଡର୍‌ ଅର୍ଥାତ ଗୋଟିଏ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ସା ମ୍ୟାଚ୍‌ ୭.୩୦ ରୁ ଖେଳାଯିବ, ଅପରାହ୍ନ ମ୍ୟାଚ ଅପରାହ୍ନ ୩.୩୦ ରୁ ଖେଳାଯିବ।

ଆଇପିଏଲ୍‌ର ସମସ୍ତ ୧୦ ଟିମ୍‌କୁ ଦୁଇଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ପ୍ରତ୍ୟେକ ଦଳ ଗ୍ରୁପ ପର୍ଯ୍ୟାୟରେ ୧୪-୧୪ ମ୍ୟାଚ ଖେଳିବେ। ଏହି ସମୟ ମଧ୍ୟରେ ପ୍ରତ୍ୟେକ ଦଳ ନିଜ ଘରୋଇ ମଇଦାନରେ ୭ ଟି ମ୍ୟାଚ ଖେଳିବାକୁ ଥିବାବେଳେ ବାକି ୭ ଟି ମ୍ୟାଚ ବିରୋଧୀ ଦଳଙ୍କ ମଇଦାନରେ ଖେଳିବାକୁ ପଡିବ।

ଆଇପିଏଲ୍‌ ୨୦୨୩ର ଗ୍ରୁପ୍‌:

ଗ୍ରୁପ-ଏ: ମୁମ୍ବାଇ ଇଣ୍ଡିଆନ୍ସ, କୋଲକାତା ନାଇଟ ରାଇଡର୍ସ, ରାଜସ୍ଥାନ ରୟାଲ୍ସ, ଦିଲ୍ଲୀ ରାଜଧାନୀ, ଲକ୍ଷ୍ନୌ ସୁପର ଜିଆଣ୍ଟସ

ଗ୍ରୁପ-ବି: ଚେନ୍ନାଇ ସୁପର କିଙ୍ଗ୍ସ, ପଞ୍ଜାବ କିଙ୍ଗ୍ସ, ସନରାଇଜର୍ସ ହାଇଦ୍ରାବାଦ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, ଗୁଜୁରାଟ ଟାଇଟାନ୍ସ

ମୋଟ ୧୨ ସ୍ଥାନରେ ଆଇପିଏଲ୍‌ ୨୦୨୩ ଖେଳାଯିବ। ଏଥର ଗୁଆହାଟି, ଧର୍ମଶାଳାରେ ମଧ୍ୟ ଆଇପିଏଲ୍‌ ମ୍ୟାଚ ଆୟୋଜନ କରିବାର ସୁଯୋଗ ପାଇଛନ୍ତି। ଏହାଛଡ଼ା ଅହମ୍ମଦାବାଦ, ମୋହାଲି, ଲକ୍ଷ୍ନୌ, ହାଇଦ୍ରାବାଦ, ବାଙ୍ଗାଲୋର, ଚେନ୍ନାଇ, ଦିଲ୍ଲୀ, କୋଲକାତା, ଜୟପୁର, ମୁମ୍ବାଇ ଷ୍ଟାଡିୟମରେ ଖେଳାଯିବ।

IPL-2023-Schedule-Page-1

 

IPL-Full-Schedule-Page-2

 


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri