ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ । ଏହି ଆଇପିଏଲ ମ୍ୟାଚ ପାଇଁ ପାଗଳ ଯୁବଗୋଷ୍ଠୀ। ଏହାର ଫାଇଦା ନେଇ ସ୍ଥାନୀୟ ଅଞ୍ଚଳର କିଛି ଦଲାଲ ସକ୍ରିୟ ହୋଇ ଉଠିଥିବା ଆଲୋଚନା ହେଉଛ। ଏଥିସହ ପ୍ରତ୍ୟେକ ମ୍ୟାଚ କିଏ ଜିତିବ ସେଥିପାଇଁ ଲାଗୁଛି ସଟ୍ଟା । ବିପକ୍ଷ ଦଳ ସହ ବିପକ୍ଷ ଦଳର ଖେଳାଳୀଙ୍କ ପାଇଁ ମଧ୍ୟ ଲାଗୁଛି ବାଜି l ଅଧିକ ରନ କିମ୍ବା ଅଧିକ ୱିକେଟ୍‌ ବ୍ୟବଧାନରେ ଜିତିଲେ ମୋଟା ଅଙ୍କର ଟଙ୍କାର ଲୋଭ ଦେଖାଇ ଯୁବ ଗୋଷ୍ଠୀଙ୍କୁ ଆକୃଷ୍ଟ କରୁଛନ୍ତି ଆଇପିଏଲ ଦଲାଲ । ସନ୍ଧ୍ୟା ହେବା ମାତ୍ରେ ବିଭିନ୍ନ ନିଛାଟିଆସ୍ଥାନ ଗୁଡିକରେ ଯୁବ ଗୋଷ୍ଠୀଙ୍କୁ ଦେଖିବାକୁ ମିଳୁଛି । ଯିଏ ଜିତୁଛି ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ୍ୟପାନ ସହ ଚିକେନ ପକଡାର ମଜା ନେଉଥିବା ବେଳେ ଆଉ ଯିଏ ବାଜିରେ ହାରୁଛି ଲକ୍ଷ ଲକ୍ଷ ଟଙ୍କା ହରାଇ ଆତ୍ମହତ୍ୟା ଭଳି ପନ୍ଥା ଆପଣାଉଛି । ଦୁଇ ତିନି ବର୍ଷ ପୂର୍ବେ ସହରର କିଛି ଆଇପିଏଲ ଦଲାଲଙ୍କୁ ତତ୍କାଳୀନ ଥାନା ଆଇଆଇସି ଶୁଭେନ୍ଦୁ ସାହୁ ଥାନାରେ ଅଟକ ରଖିବା ସହ ମୋବାଇଲ ଯାଞ୍ଚ କରି କଡା ପଦକ୍ଷେପ ଗ୍ରହଣ କରିଥିଲେ । ଫଳରେ ଅନ୍ୟ ଆଇପିଏଲ ଦଲାଲଙ୍କ ମଧ୍ୟରେ ଛନକା ପଶିଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri