Posted inଖେଳ

ପୁଣି ରାଗିଲେ ଧୋନୀ

ଦୁବାଇ,୧୪।୧୦: ଆଇପିଏଲ୍‌ ୨୦୨୦ ଚେନ୍ନାଇ ସୁପର କିଙ୍ଗ୍ସ ଦଳର ପ୍ରଦର୍ଶନ ସେତେଟା ଉତ୍ସାହଜନକ ନାହିଁ। ଦଳ ୮ଟି ମ୍ୟାଚ୍‌ ଖେଳି ମାତ୍ର ୩ଟି ବିଜୟ ହାସଲ କରିଛି। ଚେନ୍ନାଇର ଏଭଳି ପ୍ରଦର୍ଶନରେ ଖୁସି ନାହାନ୍ତି ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଫଳରେ ନିଜ ରାଗକୁ ପଡିଆରେ ନିୟନ୍ତ୍ରଣ କରିପାରୁ ନାହାନ୍ତି। ସାଧାରଣତଃ ପଡିଆରେ ଶାନ୍ତ ରହୁଥିବା ଧୋନୀ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ ସମୟରେ ସେ ଅମ୍ପାୟାରଙ୍କ ଉପରେ ରାଗିଯାଇଥିଲେ। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନାଯୋଗ୍ୟ, ୧୬୮ ରନର ଟାର୍ଗେଟକୁ ପିଛା କରଥିତ୍ବା ସନରାଇଜର୍ସ ଦଳର ୧୯ତମ ଓଭରରେ ଅମ୍ପାୟାର ପାଲ ରାଇଫଲ ଦେବା ପାଇଁ ହାତ ବଢାଇବାକୁ ଯାଉଥିଲେ ଯାହା ଏମଏସ ଧୋନି ଦଢ ବିରୋଧ କରିଥିଲେ। ଜିତିବା ପାଇଁ ହାଇଦ୍ରାବାଦକୁ ୨ ଓଭରରେ୨୭ ରନ ଆବଶ୍ୟକ ଥିଲା। ୧୯ତମ ଓଭରର ପ୍ରଥମ ବଲରେ ରସିଦ ଖାନ ଦୁଇ ରନ ସଂଗ୍ରହ କରିଥିଲେ ଏବଂ ଶାର୍ଦୁଲ ଠାକୁରଙ୍କ ପରବର୍ତ୍ତୀ ବଲ ଓ୍ବାଇଡ୍‌ ହୋଇଥିଲା। ଅମ୍ପାୟାର ପଲ ମଧ୍ୟ ରାଇଫଲ ଓ୍ବାଇଡ୍‌ ଇଶାରା କରିବାକୁ ଯାଉଥିଲେ। ଏହାଦେଖି ଧୋନୀ ଉଇକେଟ ପଛରୁ ବିରୋଧ ଆରମ୍ଭ କରିଥିଲେ। ଶାର୍ଦ୍ଦୁଳ ମଧ୍ୟ ଏହାର ବିରୋଦ କରିଥିଲେ। ଫଳରେ ଅମ୍ପାୟାର ନିଜ ନିଷ୍ପତ୍ତି ବଦଳାଇଥିଲେ। ଏହା ଦେଖି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ ଓ୍ବାର୍ଣ୍ଣର ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?