Posted inଖେଳ

ପଡିଆରେ କିସ୍‌ କଲେ ବିରାଟ କୋହଲି: ଜାଣନ୍ତୁ କାହାକୁ

ମୁମ୍ବାଇ,୨୩।୪: ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ର ପ୍ରଦର୍ଶନ ଏପର୍ଯ୍ୟନ୍ତ ଉତ୍କୃଷ୍ଟ ରହିଛି। ପ୍ରଥମ ଥର ପାଇଁ ଦଳ ଗୋଟିଏ ସିଜନରେ କ୍ରମାଗତ ଚାରିଟି ମ୍ୟାଚ ଜିତିଛି। ଗୁରୁବାର ରାଜସ୍ଥାନ ରୟାଲ୍ସ (ଆରଆର)କୁ ୧୦ ଉଇକେଟରେ ପରାସ୍ତ କରିଛି ଦଳ। ଦେବଦତ୍ତ ପାଡିକ୍କଲ (୧୦୧ ନଟ୍‌ଆଉଟ) ଏବଂ ଅଧିନାୟକ ବିରାଟ କୋହଲି (୭୨ ନଟ୍‌ଆଉଟ) ଙ୍କ ଇନିଂସ ଯୋଗୁ ଆରସିବି ଏହି ମ୍ୟାଚ ଜିତିଛି। ଏହି ସିଜିନରେ କୋହଲିଙ୍କ ପ୍ରଥମ ଅର୍ଦ୍ଧଶତକ ଥିଲା। ଅର୍ଦ୍ଧଶତକ ପୂରଣ କରିବା ପରେ, ସେ ଏକ ନିଆରା ଢଙ୍ଗରେ ପାଳନ କରିଥିଲେ ଏବଂ ଏହି ଇନିଂସକୁ ତାଙ୍କ ଝିଅ ଭାମିକାଙ୍କୁ ଉତ୍ସର୍ଗ କରିଥିଲେ।

ବିରାଟଙ୍କ ଭିଡିଓ ଆଇପିଏଲର ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରାଯାଇଛି। ଏଥିରେ ସେ ଅର୍ଦ୍ଧ ଶତକ ପରେ ଷ୍ଟାଡିୟମରେ ବସିଥିବା ଆରସିବି ପ୍ରଶଂସକଙ୍କୁ ତାଙ୍କ ବ୍ୟାଟ ଦେଖାଇ ଝିଅ ଭାମିକାଙ୍କ ନାମରେ ତାଙ୍କର ଅର୍ଦ୍ଧଶତକ ଉତ୍ସର୍ଗ କରିଥିଲେ। ଆରସିବି ପରିଚାଳନା ପରିବାର ସଦସ୍ୟଙ୍କୁ ଖେଳାଳିଙ୍କ ସହିତ ରହିବାକୁ ଅନୁମତି ଦେଇଛି। ଏହି କାରଣରୁ, ସ୍ତ୍ରୀ ଅନୁଷ୍କା ଏବଂ ଝିଅ ଭାମିକା ଏହି ସିଜିନ କୋହଲିଙ୍କ ସହିତ କ୍ରମାଗତ ଭାବରେ ନଜର ଆସୁଛନ୍ତି। ଗତ ବର୍ଷ ୟୁଏଇରେ ଅନୁଷ୍ଠିତ ଲିଗ ସମୟରେ ଅନୁଷ୍କା ମଧ୍ୟ ସେଠାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri