Posted inଖେଳ

ଏଥର ଭାରତରେ ଖେଳାଯିବ ଆଇପିଏଲ୍‌

ମୁମ୍ବାଇ,୨।୧: ଏଥର ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପରବର୍ତ୍ତୀ ସଂସ୍କରଣ ଭାରତରେ ଆୟୋଜନ ହେବା ସ୍ପଷ୍ଟ ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏ ନେଇ ଯୋଜନା ପ୍ରସ୍ତୁତ କରିଛି। ଆଇପିଏଲ୍‌ ପାଇଁ ବୋର୍ଡ ମୁମ୍ବାଇ ଓ ପୁଣେ ସହର ମଧ୍ୟରେ ୫ଟି ଭେନ୍ୟୁକୁ ଚୟନ କରିଛି। ଏହି ଭେନ୍ୟୁଗୁଡିକ ହେଲା ଓ୍ବାଙ୍ଖଡେ ଷ୍ଟାଡିୟମ, ବ୍ରାବୋର୍ନ ଷ୍ଟାଡିୟମ, ଡିଓ୍ବାଇ ପାଟିଲ ଷ୍ଟାଡିୟମ, ନବି ମୁମ୍ବାଇର ରିଲାଏନ୍ସ କ୍ରିକେଟ ଷ୍ଟାଡିୟମ ଓ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଷ୍ଟାଡିୟମ। ସେହିପରି ମୋଟେରାସ୍ଥିତ ସର୍ଦ୍ଦାର ପଟେଲ ଷ୍ଟାଡିୟମରେ ନକ୍‌ଆଉଟ୍‌ ଭଳି କେତୋଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆୟୋଜନ ହେବାର ସମ୍ଭାବନା ରହିଛି।

କୋଭିଡ୍‌-୧୯ ମହାମାରୀ କାରଣରୁ ଗତଥର ଆଇପିଏଲ୍‌ ୬ ମାସ ବିଳମ୍ବରେ ଆରମ୍ଭ ହୋଇଥିଲା ଓ ଏହି ମେଗା ଇଭେଣ୍ଟକୁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)କୁ ସ୍ଥାନାନ୍ତର କରାଯାଇଥିଲା। ଏପ୍ରିଲ୍‌ରେ ଆଇପିଏଲ୍‌ ଆରମ୍ଭ ହେବ। ବିଜୟ ହଜାରେ ଟ୍ରଫି ଓ ମହିଳା ଦିନିକିଆ ଟୁର୍ନାମେଣ୍ଟ ଆୟୋଜନ ହେବା ପରେ ଆଇପିଏଲ୍‌ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri