Posted inଖେଳ

ହେଭିଓ୍ବେଟ୍‌ ମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍‌

ଦୁବାଇ,୧୮।୯: ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ରବିବାରଠାରୁ ଆଇପିଏଲ୍‌ ୧୪ତମ ସଂସ୍କରଣର ବାକିଥିବା ମ୍ୟାଚ୍‌ ଆରମ୍ଭ ହେବ। ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଓ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ।

କୋଭିଡ୍‌-୧୯ର ଦ୍ୱିତୀୟ ଲହର ଗତ ଏପ୍ରିଲ-ମେ’ରେ ଭାରତରେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଥିଲା। ଆଇପିଏଲ୍‌ ବାୟୋ ବବଲରେ କେତେଜଣ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ସଂକ୍ରମିତ ହୋଇଥିଲେ। ଫଳରେ ଆଇପିଏଲ୍‌କୁ ସସ୍‌ପେଣ୍ଡ କରାଯାଇଥିଲା। ପରେ ସମୟ ସୁବିଧା ଦେଖି ଆଇପିଏଲ୍‌ର ବାକି ଥିବା ମ୍ୟାଚ୍‌ଗୁଡ଼ିକ ୟୁଏଇରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ୨୦୨୦ ସଂସ୍କରଣରେ ରନର୍ସଅପ ହୋଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ଏଥର ୮ ମ୍ୟାଚ୍‌ ଖେଳି ୬ ବିଜୟ ସହ ୧୨ ପଏଣ୍ଟ ହାସଲ କରି ପଏଣ୍ଟ ତାଲିକାର ଶୀର୍ଷରେ ରହିଛି। ୨୦୨୦ରେ ନୌରାଶ୍ୟଜନକ ପ୍ରଦର୍ଶନ କରିଥିବା ଚେନ୍ନାଇ ଏଥର ଦମ୍‌ ଦେଖାଇଛି। ଚେନ୍ନାଇ ୭ଟି ମ୍ୟାଚ୍‌ ଖେଳି ୫ ବିଜୟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ତୃତୀୟ ସ୍ଥାନରେ ରହିଛି। ମୁମ୍ବାଇ ୭ଟି ମ୍ୟାଚ୍‌ ଖେଳି ୪ଟି ବିଜୟ ହାସଲ କରି ୮ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ମୁମ୍ବାଇ ରେକର୍ଡ ୫ଥର ଟାଇଟଲ ହାସଲ କରିଛି। ୟୁଏଇରେ ଏବେ ବାକି ଥିବା ୩୧ଟି ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?