Posted inଖେଳ

ହେଭିଓ୍ବେଟ୍‌ ମୁକାବିଲାରୁ ଆରମ୍ଭ ହେବ ଆଇପିଏଲ୍‌

ଦୁବାଇ,୧୮।୯: ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ଲିଗ୍‌ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୁଣି ଥରେ ଆରମ୍ଭ ହେବାକୁ ଯାଉଛି। ରବିବାରଠାରୁ ଆଇପିଏଲ୍‌ ୧୪ତମ ସଂସ୍କରଣର ବାକିଥିବା ମ୍ୟାଚ୍‌ ଆରମ୍ଭ ହେବ। ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଓ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ।

କୋଭିଡ୍‌-୧୯ର ଦ୍ୱିତୀୟ ଲହର ଗତ ଏପ୍ରିଲ-ମେ’ରେ ଭାରତରେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଥିଲା। ଆଇପିଏଲ୍‌ ବାୟୋ ବବଲରେ କେତେଜଣ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ସଂକ୍ରମିତ ହୋଇଥିଲେ। ଫଳରେ ଆଇପିଏଲ୍‌କୁ ସସ୍‌ପେଣ୍ଡ କରାଯାଇଥିଲା। ପରେ ସମୟ ସୁବିଧା ଦେଖି ଆଇପିଏଲ୍‌ର ବାକି ଥିବା ମ୍ୟାଚ୍‌ଗୁଡ଼ିକ ୟୁଏଇରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ୨୦୨୦ ସଂସ୍କରଣରେ ରନର୍ସଅପ ହୋଇଥିବା ଦିଲ୍ଲୀ କ୍ୟାପିଟାଲ୍ସ ଏଥର ୮ ମ୍ୟାଚ୍‌ ଖେଳି ୬ ବିଜୟ ସହ ୧୨ ପଏଣ୍ଟ ହାସଲ କରି ପଏଣ୍ଟ ତାଲିକାର ଶୀର୍ଷରେ ରହିଛି। ୨୦୨୦ରେ ନୌରାଶ୍ୟଜନକ ପ୍ରଦର୍ଶନ କରିଥିବା ଚେନ୍ନାଇ ଏଥର ଦମ୍‌ ଦେଖାଇଛି। ଚେନ୍ନାଇ ୭ଟି ମ୍ୟାଚ୍‌ ଖେଳି ୫ ବିଜୟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ତୃତୀୟ ସ୍ଥାନରେ ରହିଛି। ମୁମ୍ବାଇ ୭ଟି ମ୍ୟାଚ୍‌ ଖେଳି ୪ଟି ବିଜୟ ହାସଲ କରି ୮ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ମୁମ୍ବାଇ ରେକର୍ଡ ୫ଥର ଟାଇଟଲ ହାସଲ କରିଛି। ୟୁଏଇରେ ଏବେ ବାକି ଥିବା ୩୧ଟି ମ୍ୟାଚ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri