Posted inଖେଳ

ଅର୍ଦ୍ଧଶତକ ହାସଲ ପରେ ସ୍ତ୍ରୀଙ୍କ ଉପହାରକୁ ଦେଖାଇଲେ ଏହି କ୍ରିକେଟର

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତୃତୀୟ ମ୍ୟାଚ୍‌ରେ ଇଅନ ମୋର୍ଗାନଙ୍କ ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ ୧୦ ରନରେ ଡେଭିଡ ଓ୍ବାର୍ନରଙ୍କ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି ମୁକାବିଲା ଅନୁଷ୍ଠିତ ହୋଇଥିଲା। ପ୍ରଥମ ବ୍ୟାଟିଂକରି କୋଲକାତା ୨୦ ଓଭରରେ ୬ ଉଇକେଟ ହରାଇ ୧୮୭ ରନ୍‌ କରିଥିଲା। ଜବାବରେ ହାଇଦ୍ରାବାଦ ୫ ଉଇକେଟ ହରାଇ ୧୭୭ ରନରେ ସୀମିତ ରହିବା ସହ ବିଜୟଠାରୁ ୧୧ ରନ୍‌ ଦୂରରେ ରହିଯାଇଥିଲା। ତେବେ କୋଲକାତାର ନୀତିଶ ରାଣା ୫୬ ବଲରେ ୮୦ ରନ୍‌ କରିଥିଲେ। ହେଲେ ସେ ମାତ୍ର ୩୭ ବଲରେ ଅର୍ଦ୍ଧଶତକ ହାସଲ କରିପାରିଥିଲେ। ଏହି ବିଜୟ ପରେ ସେ ନିଜର ହାତର ମୁଦିକୁ ଦେଖାଇଥିଲେ। ଏହି ମୁଦିକୁ ସ୍ତ୍ରୀ ସାଞ୍ଚି ମାରଓ୍ବା ତାଙ୍କୁ ଉପହାର ରୂପେ ଦେଇଥିଲେ। ତାଙ୍କର ଏହି ଷ୍ଟାଇଲକୁ ଦେଖିଲେ ମନେ ହେଉଥିଲା ଯେପରି ରାଣା ତାଙ୍କର ଏହି ଖେଳକୁ ସ୍ତ୍ରୀ ସାଞ୍ଚିଙ୍କୁ ଡେଡିକେଟ କରିଥିଲେ।
ରାଣା ଏବଂ ସାଞ୍ଚି ୨୦୧୯ରେ ବିବାହ କରିଥିଲେ। ବିବାହ ପୂର୍ବରୁ ପ୍ରାୟ ସାଢ଼େ ୩ ବର୍ଷ ସେମାନେ ପରସ୍ପରକୁ ଡେଟ୍‌ କରିଥିଲେ। ଏକ ଫୁଟବଲ ପଡ଼ିଆରେ ଉଭୟଙ୍କର ପ୍ରଥମ ସାକ୍ଷାତ ହୋଇଥିଲା। କାରଣ ଉଭୟଙ୍କ ଭାଇ ଏକତ୍ର କ୍ରିକେଟ ଖେଳୁଥିଲେ ବୋଲି ଏକ ଶୋ’ରେ ରାଣା କହିଥିଲେ। ରାଣା କ୍ରିକେଟ ସାଙ୍ଗକୁ ଫୁଟବଳ ଶୌଖୀନ ମଧ୍ୟ। ତେବେ ଏହାରି ମଧ୍ୟରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ବଢ଼ିଲା ଏବଂ ଶେଷରେ ବିବାହ ପାଇଁ ନିଷ୍ପତ୍ତି ନେଲେ। ସାଞ୍ଚି ହେଉଛନ୍ତି କମେଡି କଳାକାର କୃ୍‌ଷ୍ଣା ଅଭିଷେକଙ୍କ ସମ୍ପର୍କୀୟ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?