IPSସ୍ତରରେ ବଡ଼ ଧରଣର ଅଦଳବଦଳ: ଜାଣନ୍ତୁ କିଏ ଗଲେ କେଉଁଠିକି…

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର IPSସ୍ତରରେ ଗୁରୁବାର ବଡ଼ ଧରଣର ଅଦଳବଦଳକରିଛନ୍ତି। ୧୭ ବରିଷ୍ଠ IPS ଅଫିସରଙ୍କୁ ସରକାର ବଦଳି କରାଯାଇଛି। IPS ସନ୍ତୋଷ ବାର୍ଲାଙ୍କୁ SFSL ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ଏସ୍‌ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଂ ଦାୟିତ୍ୱ ଦିଆଯାଇଛି।

ସେହିପରି IPS ଗଜଭିଏ ସତୀଶ କୁମାରଙ୍କୁ ସ୍ପେଶାଲ ଆର୍ମଡ ପୋଲିସ IG ଭାବେ ନିଯୁକ୍ତି କରାଯାଇଛି। ସଞ୍ଜୟ କୁମାର କୌଶଲଙ୍କ EOW ଆଇଜି ଭାବେ ସରକାର ନିଯୁକ୍ତି କରିଛନ୍ତି।

ସେହିପରି ଅବିନାଶ କୁମାରଙ୍କୁ ଷ୍ଟେଟ କ୍ରାଇମ୍‌ ରେକର୍ଡ ବ୍ୟୁରୋ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଥିବା ବେଳେ ସତ୍ୟଜିତ ନାୟକଙ୍କୁ ପୋଲିସ ସେଣ୍ଟ୍ରାଲ ରେଞ୍ଜ ଡିଆଇଜି ଭାବେ ନିଯୁକ୍ତ କରାଯାଇଛି। ସେହିପରି ପିନାକ ମିଶ୍ରଙ୍କୁ ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ ଡିଆଇଜି ଭାବେ ନିଯୁକ୍ତି କରାଯାଇଛି।

ସ୍ମିଥ ପର୍‌ମାର୍‌ଙ୍କୁ କ୍ରାଇମବ୍ରାଞ୍ଚ ଏସ୍‌ପି ଭାବେ ନିଯୁକ୍ତି କରାଯାଇଥିବା ବେଳେ ବିବେକାନନ୍ଦ ଶର୍ମାଙ୍କୁ ଖୋର୍ଦ୍ଧା ଏସ୍‌ପି ଭାବେ ନିଯୁକ୍ତି କରାଯାଇଛି। ସେହିପରି ପ୍ରତୀକ ସିଂଙ୍କୁ ପୁରୀ ଏସ୍‌ପି ଭାବେ ନିଯୁକ୍ତି କରାଯାଇଛି।

ପ୍ରତ୍ୟୁଷ ଦିବାକରଙ୍କୁ ବାଲେଶ୍ବର ଏସ୍‌ପି ଭାବେ ନିଯୁକ୍ତ ହୋଇଥିବା ବେଳେ ବୀନିତ ଅଗ୍ରୱାଲ କଟକ ଗ୍ରାମାଞ୍ଚଳ ଏସ୍‌ ଭାବେ ନିଯୁକ୍ତ କରାଯାଇଛି। ରାଜ ପ୍ରସାଦଙ୍କୁ ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଭାବେ ଦାୟୀତ୍ୱ ମିଳିଥିବା ବେଳେ ଜି ରେଡ୍ଡୀ ରାଘବେନ୍ଦ୍ରଙ୍କୁ ଝାରସୁଗୁଡ଼ା ଏସ୍‌ପି ଭାବେ ନିଯୁକ୍ତି କରାଯାଇଛି। ଅଙ୍କିତ କୁମାର ବର୍ମା ଜଗତସିଂହପୁର ଏସ୍‌ପି ଭାବେ ନିଯୁକ୍ତି ହୋଇଥିବା ବେଳେ ଅମ୍ରିତପାଲ ସିଂ ନୂଆପଡ଼ା ଏସ୍‌ପି ଭାବେ ନିଯୁକ୍ତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri