ଚମକାଇଦେଲେ ନବୀନ, ରାଇରାଙ୍ଗପୁରରୁ IPS ପ୍ରାର୍ଥୀ

ରାଇରଙ୍ଗପୁର,୫।୪: ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହି ଆସିଛି । କାରଣ ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢି ବିଧାୟିକା ହୋଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ପୁଣି ଚର୍ଚ୍ଚାରେ ଏହି ନିର୍ବାଚନ ମଣ୍ଡଳୀ । କାରଣ ଏହି ଆସନକୁ ହାତେଇବାକୁ ବିଜେଡି ପୁଣି କସରତ ଆରମ୍ଭ କରିଛି । ବିଜେଡି ଏଠାରୁ ଜଣେ ନୂଆ ମୁହଁକୁ ପ୍ରାର୍ଥୀ କରିଛି । ଯିଏ ୨୦୨୩ ମସିହାରେ ପୋଲିସ ଡିସିପି ପଦରୁ ସ୍ବେଚ୍ଛାକୃତ ଅବସର ନେଇ ବିଜେଡିରେ ସାମିଲ ହୋଇଥିଲେ । ଆଉ ଏବେ ଏହି ଆସନରୁ ସେ ନିର୍ବାଚନ ଲଢିବାକୁ ଯାଉଛନ୍ତି । ସେ ହେଉଛନ୍ତି ରାଇସେନ ମୁର୍ମୁ।

ବାଙ୍ଗିରପୋଷି ଆସନରୁ ବିଧାୟକ ଥିବା ସୁଦାମ ମାରାଣ୍ଡିଙ୍କୁ ବିଜେଡି ଏମପି ପ୍ରାର୍ଥୀ ଭାବେ ଟିକେଟ ଦେଇଥିବା ବେଳେ ରାଇରଙ୍ଗପୁର ଆସନରୁ ଭାଜପା ବିଧାୟକ ଥିବା ନବ ଚରଣ ମାଝିଙ୍କୁ ଭାଜପା ଏମପି ପ୍ରାର୍ଥୀ କରିଛି । ରାଇସେନ ମୁର୍ମୁ ବର୍ତ୍ତମାନ ଏହି ଆସନ ପାଇଁ ନୂଆ ଚେହେରା । ତେଣୁ ବିଜେଡି ତାଙ୍କୁ ଏହି ଆସନରୁ ଟିକେଟ ଦେଇ ଏହି ଆସନରୁ ବାଜି ମାତ କରିବାକୁ ଲକ୍ଷ୍ୟ ରଖିଛି ।

ତେବେ ଏହି ଆସନରେ ବଡ ଲଢେଇ ଦେଖିବାକୁ ମିଳିପାରେ । କାରଣ ଦଳ ଏଥର ବାସନ୍ତି ମାରାଣ୍ଡିଙ୍କୁ ପ୍ରାର୍ଥୀ ନକରି ରାଇସେନ ମୁର୍ମୁଙ୍କୁ ଟିକେଟ ଦେଇଛି । ଭାଜପା ଓ କଂଗ୍ରେସ ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ନ ଥିବା ବେଳେ କିଏ ଏହି ଆସନରୁ ରାଇସେନ ମୁର୍ମୁଙ୍କ ପ୍ରତିଦ୍ୱନ୍ଦ୍ୱି ହେବେ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri