ନୂତନ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ IPS ହରିଶ ବିଶି, ଆସୁ ଆସୁ ନେଲେ ବଡ଼ ନିଷ୍ପତ୍ତି

ଛତ୍ରପୁର,୨୯।୫( ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଆଜି ଏକ ନୂତନ ପ୍ରଶାସନିକ ଅଧ୍ୟାୟ ଆରମ୍ଭ ହୋଇଛି। ଜିଲାର ନୂତନ ଆରକ୍ଷୀ ଅଧୀକ୍ଷକ (SP) ଭାବେ ଆଜି ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୨୦୨୦ ବ୍ୟାଚର ଦକ୍ଷ ଆଇପିଏସ (IPS) ଅଫିସର ହରିଶ ବିଶି । ପୂର୍ବରୁ ଗଞ୍ଜାମ ଏସ୍‌ପି ଭାବେ ଦାୟିତ୍ୱରେ ଥିବା ଶୁଭେନ୍ଦୁ ପାତ୍ରଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ରାୟଗଡ଼ା ଏବଂ କନ୍ଧମାଳ ଜିଲାରେ ଏସପି ଭାବେ ସଫଳତାର ସହ କାର୍ଯ୍ୟ କରିବା ପରେ, ଆଜି ଗଞ୍ଜାମ ଜିଲାର ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ଭାର ନିଜ ହାତକୁ ନେଇଛନ୍ତି। ଗଞ୍ଜାମ ଏକ ବୃହତ ଏବଂ ସମ୍ବେଦନଶୀଳ ଜିଲା ହୋଇଥିବାରୁ ଏଠାରେ ଅପରାଧ ନିୟନ୍ତ୍ରଣ କରିବା ସବୁଠାରୁ ବଡ଼ ଆହ୍‌ବାନ। ଦାୟିତ୍ୱ ଗ୍ରହଣ କରିବା ପରେ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ନୂତନ ଏସ୍‌ପି ବିଶି କହିଛନ୍ତି, ଜିଲାକୁ ସମ୍ପୂର୍ଣ୍ଣ ଅପରାଧମୁକ୍ତ କରିବା ତାଙ୍କର ପ୍ରଥମ ପ୍ରାଥମିକତା ରହିବ। ବିଶେଷ କରି ଜିଲାରେ ସକ୍ରିୟ ଥିବା ପଥର ଓ ବାଲି ମାଫିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅପରାଧୀଙ୍କ ଚରାଭୂଇଁ ପାଲଟିଥିବା ଅଞ୍ଚଳଗୁଡ଼ିକ ଉପରେ ପୋଲିସର କଡ଼ା ନଜର ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଜନସାଧାରଣଙ୍କ ସହ ସୁସମ୍ପର୍କ ଓ ସେମାନଙ୍କ ସୁରକ୍ଷା ଉପରେ ସବୁଠାରୁ ବଡ଼ ପ୍ରତିଶ୍ରୁତି ଦେଇଛନ୍ତି ନୂତନ ଏସ୍‌ପି। ସେ କହିଛନ୍ତି, ସାଧାରଣ ଲୋକଙ୍କର ଯେକୌଣସି ସମସ୍ୟା ହେଉ, ସେମାନେ ସିଧାସଳଖ ମୋ ମୋବାଇଲ ନମ୍ବରକୁ କଲ କରି ଜଣାଇପାରିବେ। ଲୋକଙ୍କ ସୁବିଧା ଏବଂ ସହାୟତା ପାଇଁ ମୋ ନମ୍ବର ୨୪ ଘଣ୍ଟା ଖୋଲା ରହିବ।”
ସାଧାରଣ ଲୋକେ ଯେପରି ବିନା ଭୟରେ ପୋଲିସର ସହାୟତା ପାଇପାରିବେ ଏବଂ ପୋଲିସ ଉପରେ ସେମାନଙ୍କର ଆସ୍ଥା ବୃଦ୍ଧି ପାଇବ, ସେଥିପାଇଁ ପୋଲିସ ପ୍ରଶାସନ ସଦାସର୍ବଦା ତତ୍ପର ରହିବ ବୋଲି ସେ ପ୍ରକାଶ କରିଛନ୍ତି । ତାଙ୍କର ଏହି ଜନହିତକର ଆଭିମୁଖ୍ୟ ଯୋଗୁ ଆଗାମୀ ଦିନରେ ଜିଲାରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେବ ବୋଲି ଆଶା କରାଯାଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri