Posted inଜାତୀୟ

ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିଲେ ଆଇପିଏସ୍‌ ଅଧିକାରୀ,ଫାଟିଲା ଟାୟାର: ଆଉ ତା’ପରେ…

ବେଙ୍ଗାଲୁରୁ, ୨।୧୨:କର୍ନାଟକର ହାସନ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିଜର ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିବା ବେଳେ ଆଇପିଏସ୍‌ ଅଧିକାରୀ ହର୍ଷବର୍ଦ୍ଧନ(୨୬)ଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ସିଙ୍ଗରୌଲୀ ଜିଲା ନିବାସୀ ହର୍ଷବର୍ଦ୍ଧନ କର୍ନାଟକ କ୍ୟାଡର ୨୦୨୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଥିଲେ। ସେ ହୋଲେନ୍‌ରାସିପୁରର ପ୍ରୋବେଶ୍‌ନାରି ଆସିଷ୍ଟାଣ୍ଟ ଏସ୍‌ପି ଭାବେ ନିଜ ଡ୍ୟୁଟିରେ ରିପୋର୍ଟ କରିବାକୁ ଏକ ପୋଲିସ ଗାଡ଼ିରେ ହାସନ୍‌ ଯାଉଥିଲେ। ଏହି ସମୟରେ ଗାଡ଼ିର ଏକ ଟାୟାର ଫାଟିଯାଇଥିଲା ଏବଂ ଏହା ନିୟନ୍ତ୍ରଣ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ହର୍ଷବର୍ଦ୍ଧନଙ୍କର ମୃତ୍ୟୁ ହୋଇଥିବାବେଳେ ଗାଡ଼ିର ଡ୍ରାଇଭର ଆହତ ହୋଇଥିଲେ। ସେ ନିକଟରେ ମହୀଶୂରସ୍ଥିତ କର୍ନାଟକ ପୋଲିସ ଏକାଡେମୀରେ ନିଜର ୪ ସପ୍ତାହର ଟ୍ରେନିଂ ଶେଷ କରିଥିଲେ। ଘଟଣାକୁ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମୈୟା ଶୋକ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri