Posted inଜାତୀୟ

ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିଲେ ଆଇପିଏସ୍‌ ଅଧିକାରୀ,ଫାଟିଲା ଟାୟାର: ଆଉ ତା’ପରେ…

ବେଙ୍ଗାଲୁରୁ, ୨।୧୨:କର୍ନାଟକର ହାସନ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିଜର ପ୍ରଥମ ପୋଷ୍ଟିଂ ପାଇଁ ଯାଉଥିବା ବେଳେ ଆଇପିଏସ୍‌ ଅଧିକାରୀ ହର୍ଷବର୍ଦ୍ଧନ(୨୬)ଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ସିଙ୍ଗରୌଲୀ ଜିଲା ନିବାସୀ ହର୍ଷବର୍ଦ୍ଧନ କର୍ନାଟକ କ୍ୟାଡର ୨୦୨୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଥିଲେ। ସେ ହୋଲେନ୍‌ରାସିପୁରର ପ୍ରୋବେଶ୍‌ନାରି ଆସିଷ୍ଟାଣ୍ଟ ଏସ୍‌ପି ଭାବେ ନିଜ ଡ୍ୟୁଟିରେ ରିପୋର୍ଟ କରିବାକୁ ଏକ ପୋଲିସ ଗାଡ଼ିରେ ହାସନ୍‌ ଯାଉଥିଲେ। ଏହି ସମୟରେ ଗାଡ଼ିର ଏକ ଟାୟାର ଫାଟିଯାଇଥିଲା ଏବଂ ଏହା ନିୟନ୍ତ୍ରଣ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ହର୍ଷବର୍ଦ୍ଧନଙ୍କର ମୃତ୍ୟୁ ହୋଇଥିବାବେଳେ ଗାଡ଼ିର ଡ୍ରାଇଭର ଆହତ ହୋଇଥିଲେ। ସେ ନିକଟରେ ମହୀଶୂରସ୍ଥିତ କର୍ନାଟକ ପୋଲିସ ଏକାଡେମୀରେ ନିଜର ୪ ସପ୍ତାହର ଟ୍ରେନିଂ ଶେଷ କରିଥିଲେ। ଘଟଣାକୁ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମୈୟା ଶୋକ ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ।...

ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ...

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ...

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର...

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ...

ରୁଷିଆ ସେନାରେ ୧୨ ଭାରତୀୟଙ୍କ ମୃତ୍ୟୁ, ୧୬ ନିଖୋଜ

ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା...

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ସୈଫ୍‌ ଆକ୍ରମଣ: ଭୁଲ୍‌ ବ୍ୟକ୍ତିଙ୍କୁ ଧରିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୧୮ା୧: ବଲିଉଡ୍‌ ଅଭିନେତା ସୈଫ୍‌ ଅଲୀ ଖାନ୍‌ଙ୍କ ଘରକୁ ବୁଧବାର ରାତିରେ ଅନୁପ୍ରବେଶ କରି ତାଙ୍କୁ ୬ ଥର ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri