ଆଇପିଏସ ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୬ ଜିଲାର ଏସ୍‌ପି

ଭୁବନେଶ୍ୱର,୨୪।୧: ଆଇପିଏସ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତି ପାଇଛନ୍ତି ୧୯୯୪ ବ୍ୟାଚ୍ ଆଇପିଏସ ଅଫିସର ସଂଜୀବ ପଣ୍ଡା। ଏବେ କମିଶନର ଥିବା ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ସେହିପରି କଟକ ଡିସିପି ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି ଭାବେ ବଦଳି କରାଯାଇଥିଲା ବେଳେ ପୁରୀ ଏସ୍‌ପି ଥିବା କନୱର ବିଶାଲ ସିଂହଙ୍କୁ କଟକ ଡିସିପି ଦାୟିତ୍ୱ ମିଳିଛି।

ସେହିଭଳି ବି. ଯୁଗଳ କିଶୋରଙ୍କୁ କେନ୍ଦ୍ରାପଡ଼ା ଏସ୍‌ପି, ଏମ. ସନ୍ଦୀପ ସଂପତ ଢେଙ୍କାନାଳ ଏସ୍‌ପି, ରାମ ପ୍ରସାଦ ସାହୁ ରାୟଗଡ଼ା ଏସ୍‌ପି ଏବଂ ୟଶପ୍ରତାପ ଶ୍ରିମଳଙ୍କୁ ସୋନପୁର ଏସ୍‌ପି ଭାବେ ବଦଳି କରାଯାଇଛି।

ଏହା ବ୍ୟତୀତ ସନ୍ତୋଷ ବାଲାଙ୍କୁ ପୋଲିସ ହାଉସିଂ ବୋର୍ଡ ଅତିରିକ୍ତ ଦାୟିତ୍ୱ ମିଳିଥିଲା ବେଳେ ଆଇଜି ସ୍ତରରେ ମଧ୍ୟ ବଦଳି କରାଯାଇଛି। ହିମାଂଶୁ ଲାଲ୍‌ ଉତ୍ତରାଞ୍ଚଳ ଆଇଜି, ଦୀପକ କୁମାର ହେଲେ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ଏବଂ ସତ୍ୟବ୍ରତ ଭୋଇ ପୂର୍ବାଞ୍ଚଳ ରେଂଜ ଆଇଜି ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri