ମିସେସ୍‌ ଫେମିନା ୨୦୨୧: ଟପ୍‌-୨୦ରେ ଈପ୍‌ସିତା

ଭଦ୍ରକ ଅଫିସ, ୨୫।୩: ସାରା ଭାରତବର୍ଷର ପ୍ରାୟ ୫୦ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ ମିସେସ୍‌ ଫେମିନା-୨୦୨୧ ପ୍ରତିଯୋଗିତାରେ ଟପ୍‌ ୨୦ ମଧ୍ୟରେ ସ୍ଥାନ ପାଇଛନ୍ତି ଓଡ଼ିଆ ବୋହୂ ଈପ୍‌ସିତା ପ୍ରିୟଦର୍ଶିନୀ(୨୭)। ପେସାରେ ସଫ୍ଟଓ୍ବେୟାର ଇଞ୍ଜିନିୟର ହୋଇଥିଲେ ହେଁ ମଡେଲିଂ ନିଶା ତାଙ୍କୁ ମିସେସ୍‌ ଫେମିନା କଣ୍ଟେଷ୍ଟର ଟପ୍‌ ୨୦ରେ ପହଞ୍ଚାଇଛି। ଅନ୍‌ଲାଇନରେ ହୋଇଥିବା ଏହି ପ୍ରତିଯୋଗିତାରେ ଏବେ ଟପ୍‌ ୧୦ରେ ପହଞ୍ଚିବା ପାଇଁ ସେ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଲୋଡ଼ିଛନ୍ତି।
ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ ସାହୁଙ୍କ ଝିଅ ଈପ୍‌ସିତା। ବାପା ପ୍ରଶାସନିକ ଅଧିକାରୀ ଓ ମା’ ବବିତା ମହାନ୍ତି ଜଣେ ଗୃହିଣୀ। କିନ୍ତୁ ଝିଅର ପିଲାବେଳୁ କଳା ପ୍ରତି ଅହେତୁକ ଆକର୍ଷଣ ତାଙ୍କୁ ଏବେ ଏହି ସଫଳତାରେ ପହଞ୍ଚାଇଛି। ତାଙ୍କ ଘର କଟକ ସହର ମଙ୍ଗଳାବାଗ ଅଞ୍ଚଳରେ ହୋଇଥିବା ବେଳେ ସେ ଭୁବନେଶ୍ୱରରେ ବିବାହ କରିଛନ୍ତି। ସ୍କୁଲ ପ୍ରତିଯୋଗିତାରୁ ଆରମ୍ଭ କରି ଏବେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଂଶଗ୍ରହଣ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛନ୍ତି। ମିସେସ୍‌ ଫେମିନା ପ୍ରତିଯୋଗିତାରେ ଶ୍ରେଷ୍ଠ ୨୦ ଜଣଙ୍କ ମଧ୍ୟରେ ନିଜ ସ୍ଥାନ ଅକ୍ତିଆର କରିଥିବା ବେଳେ ୪ର୍ଥ ରାଉଣ୍ଡରେ ଭୋଟିଂ ପର୍ଯ୍ୟାୟରେ ଅଛନ୍ତି। ଓଡ଼ିଶାବାସୀଙ୍କ ଭୋଟ୍‌ ମିଳିଲେ ସେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ନିଜ ସ୍ଥାନ ରଖିପାରିବେ ଏବଂ ଓଡ଼ିଆ ଝିଅ ତଥା ବୋହୂ ହିସାବରେ ଓଡ଼ିଶା ପାଇଁ ସୁନାମ ଆଣିପାରିବେ ବୋଲି କୁହନ୍ତି।
ସେ ୨୦୧୫ରେ ଜି ଟିଭିର ମିସ୍‌ ଏଥ୍‌ନିକରେ ପଞ୍ଚମ ସ୍ଥାନ ଅକ୍ତିଆର କରିବା ସହ ଇଣ୍ଡିଆ ସିଟି ଲାଇଟ ମିସେସ୍‌ ସୁପର ମଡେଲରେ ଦ୍ୱିତୀୟ ରନର୍ସଅପ୍‌ ହୋଇଥିଲେ। ସେହିବର୍ଷ ସାରଳା ପ୍ରତିଭା ସମ୍ମାନ ମଧ୍ୟ ପାଇଥିଲେ। ଏପରିକି ମରାଠୀ ଚଳଚ୍ଚିତ୍ର ‘ଥୋହ ଏକ ଆଜ୍‌’ରେ ମୁଖ୍ୟ ଚରିତ୍ରରେ ଅଭିନେତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ପାଠ ପଢ଼ିବା ବେଳେ ବିଦେଶରେ ମଧ୍ୟ ବହୁ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri