ବାପା ଆମୀରଙ୍କ ଘର ଛାଡିଲେ ଝିଅ ଇରା

ବର୍ତ୍ତମାନ ଆମୀର ଖାନ୍‌ଙ୍କ ଝିଅ ଇରା ଖାନ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଛନ୍ତି। ଲକ୍‌ଡାଉନ୍‌ ପରେ ଇରା ତାଙ୍କ ପରିବାର ସହିତ ସମୟ ଅତିବାହିତ କରୁଥିବା ଦେଖିବାକୁ ମିଳିଥିଲା। କ୍ରମାଗତ ଭାବେ ବାପା ଆମୀର ଏବଂ କିରଣ ରାଓଙ୍କ ଘରେ ସେ ରହିଆସୁଥିଲେ। ମାତ୍ର ବର୍ତ୍ତମାନ ସେ ତାଙ୍କ ନୂଆ ଘରକୁ ଯାଇଛନ୍ତି। ସେ ନିଜେ ଇନ୍‌ଷ୍ଟାଗ୍ରାମରେ ଏହି ସୂଚନା ଦେଇଛନ୍ତି। ଘରର ଏକ ଚିତ୍ର ମଧ୍ୟ ପୋଷ୍ଟ କରିଛନ୍ତି।

https://www.instagram.com/p/CCJSigrgwNC/?utm_source=ig_embed&utm_campaign=loading

ଇରା ଇନ୍‌ଷ୍ଟାଗ୍ରାମରେ ତାଙ୍କ ନୂଆ ଘରର ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ଧଳା ଏବଂ ଧୂସର ରଙ୍ଗର ଏକ ସୁଟ୍‌ ପିନ୍ଧିଛନ୍ତି। ପଢ଼ା ଟେବୁଲ ଉପରେ ବସି ଇରା କିଛି ଚିତ୍ର କରୁଥିବା ନଜର ଆସିଛନ୍ତି।

ଇରା ଅନେକ ସମୟରେ ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରନ୍ତି। ନିକଟରେ ଇଦ୍‌ ଅବସରରେ ସେ ଆମୀର ଖାନ୍‌ଙ୍କ ଦ୍ୱିତୀୟ ପତ୍ନୀ କିରଣ ରାଓ ଉପହାର କରିଥିବା ଶାଢ଼ି ପିନ୍ଧା ଏକ ଫଟୋ ପୋଷ୍ଟ କରିଥିଲେ, ଯେଉଁଥିରେ ସେ ସିମ୍ପଲ ଲୁକ୍‌ରେ ମଧ୍ୟ ସୁନ୍ଦର ଦେଖାଯାଉଥିଲେ।

ତେବେ ଇରା ଫିଲ୍ମରେ ଅଭିନୟ କରିବାକୁ ପସନ୍ଦ କରନ୍ତି ନାହିଁ । ସେ କହିଛନ୍ତି, କ୍ୟାମେରା ଅପେକ୍ଷା ତା’ର ପଛପଟେ ସେ ଅଧିକ ଆରାମଦାୟକ ମନେକରନ୍ତି।

ତେବେ ଇରା ଖାନ୍‌ଙ୍କ ଫଟୋକୁ ଦେଖିଲେ ଏହା ମଧ୍ୟ ଜଣାପଡ଼େ ଯେ, ସେ ମେକ୍‌ଅପ ନେବାକୁ ପସନ୍ଦ କରନ୍ତି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?