କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ ତେବେ ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ସାଲିସ କରିବା ସହିତ ଆଲୋଚନା ପାଇଁ ରାଜି ବୋଲି ରବିବାର ଉପ ବହିର୍ବ୍ୟାପାର ମନ୍ତ୍ରୀ ମାଜିଦ୍‌ ତାକତ୍‌ ରାଭାଞ୍ଚି ବିବିସିକୁ ସାକ୍ଷାତ୍‌କାର ଦେବା ଅବସରରେ କହିଛନ୍ତି। ଆଣବିକ କାର୍ଯ୍ୟକ୍ରମକୁ ନେଇ ଇରାନ ଏବଂ ଆମେରିକା ମଧ୍ୟରେ ଆରମ୍ଭ ହୋଇଥିବା ଆଲୋଚନା ଆଗକୁ ବଢି ନ ପାରିବାରୁ ଏଥିପାଇଁ ଉଭୟ ଦେଶ ପରସ୍ପରକୁ ଦୋଷାରୋପ କରିଥିଲେ। ସପ୍ତାହ ତଳେ ଓମାନ ମଧ୍ୟସ୍ଥତାରେ ମସ୍କାଟ୍‌ଠାରେ ଆଲୋଚନା ଆରମ୍ଭ ହୋଇଥିଲା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ତୁର୍କୀ କିମ୍ବା ଇଜିପ୍ଟରେ ହେବାର ସମ୍ଭାବନା ଥିଲା। କିନ୍ତୁ ମସ୍କାଟ୍‌ ବୈଠକ ପରେ ଇରାନ ନିଜର ଆଣବିକ ଏବଂ କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମରେ କୌଣସି ପରିବର୍ତ୍ତନ ଆଣିବ ନାହିଁ ବୋଲି କହିବା ପରେ ଇରାନ ସହ ଆଉ ବୁଝାମଣା ସମ୍ଭବ ନୁହେଁ ବୋଲି ଆମେରିକା ସ୍ଥିର କରିନେଇଥିଲା। ଇରାନ ଉପରେ ଆକ୍ରମଣ ଏକମାତ୍ର ବିଳକ୍ପ ଭାବେ ନିଷ୍ପତ୍ତି ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ଇରାନ ଅଭିମୁଖେ ଦ୍ୱିତୀୟ ବୃହତ ଯୁଦ୍ଧଜାହାଜ ସମେତ ଅନେକ ହଜାର ସେନା ପ୍ରେରଣ କରିଥିଲେ। ଏପରିକି ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଖାମ୍‌ନେଇଙ୍କୁ ଟାର୍ଗେଟ କରି ତାଙ୍କୁ କ୍ଷମତାଚ୍ୟୁତ କରିବା ସବୁଠୁ ଭଲ ବିକଳ୍ପ ବୋଲି କହିଥିଲେ। ଏହି ଘଟଣାକୁ କିଛି ଘଣ୍ଟା ନ ପୂରୁଣୁ ଇରାନ ପକ୍ଷରୁ ଉପରୋକ୍ତ ବୟାନ ଜାରି କରାଯାଇଛି। କିନ୍ତୁ ଇରାନ ଉପରୁ ଆମେରିକା କଟକଣା ହଟାଇବ କି ନାହିଁ ସେ ସମ୍ପର୍କରେ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ। ଅପରପକ୍ଷେ ଏବେ ନିଷ୍ପତ୍ତି ନେବା ଦାୟିତ୍ୱ ଆମେରିକା ହାତରେ ରହିଛି ବୋଲି କହି ଇରାନ ନିଜ ମୁଣ୍ଡରୁ ଦୋଷ ଛଡ଼ାଇବାକୁ ଉଦ୍ୟମ କରିଛି। ଯଦି ଆମେରିକା ଇରାନ ସର୍ତ୍ତକୁ ନ ମାନେ ତେବେ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତାହା ଏବେ ଆଲୋଚନାର ମୁଖ୍ୟ ବିଷୟ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?