ଟ୍ରମ୍ପଙ୍କ ଭୟରେ ବଙ୍କରରେ ଲୁଚିଲେ ଖାମେନେଇ; ଜାଣନ୍ତୁ ଏବେ କାହା ହାତରେ ଇରାନର ଦାୟିତ୍ୱ…?

ତେହରାନ,୨୫।୧: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏଭଳି ସମୟରେ ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ତେହରାନରେ ନିର୍ମିତ ଏକ ସ୍ବତନ୍ତ୍ର ଭୂତଳ ଆଶ୍ରୟସ୍ଥଳ(ବଙ୍କର୍‌)ରେ ଲୁଚି ରହିଥିବା ରିପୋର୍ଟ ସାମ୍ନାକୁ ଆସିଛି।

ଇରାନ ଇଣ୍ଟରନ୍ୟାଶନାଲର ରିପୋର୍ଟ ଅନୁଯାୟୀ, ସରକାରଙ୍କ ନିକଟତର ଦୁଇଟି ସୁତ୍ରକୁ ଉଦ୍ଧୃତ କରି ରିପୋର୍ଟରେ କୁହାଯାଇଛି ଯେ ବରିଷ୍ଠ ସାମରିକ ଓ ସୁରକ୍ଷା ଅଧିକାରୀମାନେ ଆମେରିକାର ଆକ୍ରମଣ ସମ୍ଭାବନାକୁ ଗମ୍ଭୀର ବିପଦ ଭାବରେ ଆକଳନ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ଖାମେନେଇଙ୍କର ଅନୁପସ୍ଥିତିରେ ତୃତୀୟ ପୁଅ ମାସୁଦ ଖାମେନେଇ ସୁପ୍ରିମ ଲିଡରଙ୍କ ପରିଚାଳନାର ଦାୟିତ୍ୱ ସମ୍ଭାଳୁଛନ୍ତି।

ରିପୋର୍ଟ ଅନୁଯାୟୀ, ଏହି ଅଣ୍ଡରଗ୍ରାଉଣ୍ଡ ସୁବିଧାରେ ଅତ୍ୟାଧୁନିକ ସୁବିଧା ସବୁ ରହିଛି। ଏପରିକି ସୁଡଙ୍ଗଟି ତେହରାନର ଅନ୍ୟ ସୁଡଙ୍ଗକୁ ସଂଯୋଗ କରୁଛି। ଏଣୁ ଏହା ଅତ୍ୟନ୍ତ ସୁରକ୍ଷିତ।

କହିରଖୁଛୁ, ଗୋଟିଏ ପଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ନଜର ରଖିଥିବା କହିଥିବା ବେଳେ ଇରାନ ମଧ୍ୟ ଜବାବ ଦେବାକୁ ପ୍ରସ୍ତୁତ ବୋଲି ଚେତାବନୀ ଦେଇଛନ୍ତି। ଏହି ଘଟଣା ଉପରେ ସମଗ୍ର ବିଶ୍ୱର ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri