ଆମେରିକା-ଇରାନ ମଧ୍ୟରେ ଯୁଦ୍ଧ ପରିସ୍ଥିତି: ଆଲୋଚନା ବନ୍ଦ

ନୂଆଦିଲ୍ଲୀ,୧୪।୧: ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଇରାନରେ ଚାଲିଥିବା ସରକାର ବିରୋଧୀ ପ୍ରଦର୍ଶନକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ନ୍ୟୁଜ୍ ଏଜେନ୍ସି ରଏଟର୍ସ ଅନୁଯାୟୀ, ଇରାନ ବିଦେଶ ମନ୍ତ୍ରୀ ଏବଂ ଆମେରିକାର ସ୍ୱତନ୍ତ୍ର ସଚିବଙ୍କ ମଧ୍ୟରେ ହେବାକୁ ଥିବା ସମସ୍ତ ଆଲୋଚନାକୁ ବାତିଲ କରାଯାଇଛି।

ଟ୍ରମ୍ପ ସୋସିଆଲ ମିଡିଆରେ ଇରାନର ପ୍ରଦର୍ଶନକାରୀଙ୍କୁ ସମର୍ଥନ ଜଣାଇ କହିଛନ୍ତି, “ନିଜର ପ୍ରଦର୍ଶନ ଜାରି ରଖ, ସାହାଯ୍ୟ ପହଞ୍ଚିବାକୁ ଯାଉଛି।” ସେ ଏହାକୁ ‘Make Iran Great Again’ (MIGA) ବୋଲି ସମ୍ବୋଧନ କରିଛନ୍ତି।

ଟ୍ରମ୍ପ କହିଛନ୍ତି ଯେ ଯେଉଁମାନେ ନିରୀହ ପ୍ରଦର୍ଶନକାରୀଙ୍କୁ ହତ୍ୟା କରୁଛନ୍ତି, ସେମାନଙ୍କ ନାମ ତାଲିକାଭୁକ୍ତ କରାଯାଉ, ସେମାନଙ୍କୁ ଏହାର ଭାରି ମୂଲ୍ୟ ଦେବାକୁ ପଡ଼ିବ।ଯେପର୍ଯ୍ୟନ୍ତ ପ୍ରଦର୍ଶନକାରୀଙ୍କ ହତ୍ୟା ବନ୍ଦ ନହୋଇଛି, ସେପର୍ଯ୍ୟନ୍ତ ଇରାନ ସହ କୌଣସି ଆଲୋଚନା ହେବ ନାହିଁ ବୋଲି ଟ୍ରମ୍ପ ସ୍ପଷ୍ଟ କରିଛନ୍ତି।

ସେପଟେ ଇରାନ ପକ୍ଷରୁ କୁହାଯାଇଛି ଯେ ଯଦି ଆମେରିକା କୌଣସି ପ୍ରକାରର ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରେ, ତେବେ ମଧ୍ୟପ୍ରାଚ୍ୟରେ ଥିବା ସମସ୍ତ ଆମେରିକୀୟ ସାମରିକ ଘାଟିକୁ ଇରାନ ଟାର୍ଗେଟ୍ କରିବ। ଏପରିକି ଆମେରିକାକୁ ସାହାଯ୍ୟ କରୁଥିବା ପଡ଼ୋଶୀ ଦେଶଗୁଡ଼ିକୁ ମଧ୍ୟ ଇରାନ ପରିଣାମ ଭୋଗିବାକୁ ପଡ଼ିବ ବୋଲି ଚେତାବନୀ ଦେଇଛି। ସୁରକ୍ଷା ଦୃଷ୍ଟିରୁ କାତାରରେ ଥିବା ସର୍ବବୃହତ ଆମେରିକୀୟ ଏୟାରବେସ୍ ‘ଅଲ୍ ଉଦେଦ୍’ରୁ କିଛି କର୍ମଚାରୀଙ୍କୁ ହଟାଇ ଦିଆଯାଇଥିବା ଖବର ମିଳିଛି।

ପରିସ୍ଥିତିର ଗମ୍ଭୀରତାକୁ ଦେଖି ଭାରତର ବୈଦେଶିକ ମନ୍ତ୍ରଣାଳୟ ବୁଧବାର ଏକ ଜରୁରୀକାଳୀନ ନିର୍ଦ୍ଦେଶନାମା ଜାରି କରିଛି। ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ ତୁରନ୍ତ ସେହି ଦେଶ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କୌଣସି ଭାରତୀୟଙ୍କୁ ଇରାନ ନଯିବାକୁ କୁହାଯାଇଛି। ସେଠାରେ ଥିବା ଭାରତୀୟମାନେ କୌଣସି ରାଲି କିମ୍ବା ପ୍ରଦର୍ଶନ ସ୍ଥଳକୁ ନଯିବା ସହ ଦୂତାବାସ ସହ ନିୟମିତ ଯୋଗାଯୋଗରେ ରହିବାକୁ କୁହାଯାଇଛି।

ଇରାନରେ ଚାଲିଥିବା ଏହି ହିଂସାରେ ଏପର୍ଯ୍ୟନ୍ତ ପ୍ରାୟ ୨,୦୦୦ ରୁ ଅଧିକ ଲୋକ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri