ଗାଜାରେ ଇସ୍ରାଏଲର ଆକ୍ରମଣ ଅଟକାଇବା ପାଇଁ ଭାରତ ଏହାର ସମ୍ପୂର୍ଣ୍ଣ କ୍ଷମତାର ପ୍ରୟୋଗ କରୁ: ଇରାନ

ନୂଆଦିଲ୍ଲୀ,୭ା୧୧: ଇସ୍ରାଏଲ-ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ ରାଷ୍ଟ୍ରପତି ସୟଦ ଇବ୍ରାହିମ ରଇସିଙ୍କ ସହିତ ଫୋନରେ ଆଲୋଚନା କରିଥିଲେ। ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ପରେ ଜାରି ହୋଇଥିବା ବୟାନ ଅନୁଯାୟୀ ଗାଜାରେ ଇସ୍ରାଏଲର କାର୍ଯ୍ୟାନୁଷ୍ଠାନକୁ ବନ୍ଦ କରିବା ପାଇଁ ଭାରତ ଏହାର ସମସ୍ତ କ୍ଷମତା ବ୍ୟବହାର କରୁ ବୋଲି ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଥିଲେ। ଏହା ସହିତ ତତ୍କାଳ ଯୁଦ୍ଧ ବିରାମ ପାଇଁ ସମସ୍ତ ମିଳିତ ପ୍ରୟାସକୁ ସମର୍ଥନ ଜଣାଇବାକୁ ପ୍ରସ୍ତୁତ ବୋଲି ଇରାନ ରାଷ୍ଟ୍ରପତି କହିଥିଲେ।

ଏହାକୁ ନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ବୟାନ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି ଇରାନ ରାଷ୍ଟ୍ରପତିଙ୍କୁ ପଶ୍ଚିମ ଏସିଆ କ୍ଷେତ୍ରରେ ବଢୁଥିବା ସମସ୍ୟା ଏବଂ ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ସମ୍ପର୍କରେ ଆଲୋଚନା କରିଥିଲେ। ଏହା ସହିତ ପ୍ରଧାନମନ୍ତ୍ରୀ ଆତଙ୍କବାଦ କାର୍ଯ୍ୟକଳାପ, ହିଂସା ଏବଂ ସାଧାରଣ ନାଗରିକଙ୍କର ମୃତ୍ୟୁ ଉପରେ ଗମ୍ଭୀର ଚିନ୍ତରା ପ୍ରକଟ କରିଥିଲେ।

ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ସହ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦୀ ଇସ୍ରାଏଲ୍-ପାଲେଷ୍ଟାଇନ ପ୍ରସଙ୍ଗରେ ଭାରତର ପୁରୁଣା ତଥା ସ୍ଥିର ଆଭିମୁଖ୍ୟକୁ ଦୋହରାଇଛନ୍ତି। ସେ କହିଛନ୍ତି, “ବିବାଦ ବଢ଼ାଇବା କିମ୍ବା ହ୍ରାସ ପାଇବା, ମାନବିକ ସହାୟତା ଜାରି ରଖିବା ଏବଂ ଶାନ୍ତି ଏବଂ ସ୍ଥିରତାର ଶୀଘ୍ର ପୁନରୁଦ୍ଧାର ନିଶ୍ଚିତ କରିବା ଜରୁରୀ ଅଟେ। ତେବେ ଚାବାହାର ବନ୍ଦର ସମେତ ଆମର ଦ୍ୱିପାକ୍ଷିକ ସହଯୋଗରେ ଅଗ୍ରଗତିକୁ ସ୍ୱାଗତ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri