ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ କରିଛି। ଇସ୍ରାଏଲ ଅନୁଯାୟୀ, ଇରାନ ପାଖରେ ଏବେ ଏମିତି କ୍ଷେପଣାସ୍ତ୍ର ଅଛି ଯାହା ୪,୦୦୦ କିଲୋମିଟର ଦୂରତା ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ। ଏହାର ଅର୍ଥ ହେଉଛି ଇରାନ ଏବେ କେବଳ ପଡ଼ୋଶୀ ଦେଶ ନୁହେଁ, ବରଂ ୟୁରୋପର ପ୍ରମୁଖ ସହର ଯଥା ଲଣ୍ଡନ, ପ୍ୟାରିସ ଏବଂ ବର୍ଲିନ ପାଇଁ ମଧ୍ୟ ବିପଦ ସାଜିଛି।
ଜୁନ ୨୦୨୫ରେ ଆରମ୍ଭ ହୋଇଥିବା ‘ଅପରେସନ ରାଇଜିଂ ଲାୟନ’ (Operation Rising Lion) ସମୟରେ IDF ଜାଣିବାକୁ ପାଇଥିଲା ଯେ ଇରାନ ଏସିଆ, ଆଫ୍ରିକା ଏବଂ ୟୁରୋପର ଅନେକ ଦେଶକୁ ନିଜ ରଡାର ପରିସରଭୁକ୍ତ କରିବା ପାଇଁ ଲମ୍ବା ଦୂରଗାମୀ କ୍ଷେପଣାସ୍ତ୍ର ବିକଶିତ କରିଛି।  IDF ପକ୍ଷରୁ ’X’ରେ କୁହାଯାଇଛି ଯେ, ଇରାନର ଆତଙ୍କବାଦୀ ଶାସନ ପ୍ରଥମ ଥର ପାଇଁ ଏତେ ବଡ଼ ଦୂରତା ସମ୍ପନ୍ନ କ୍ଷେପଣାସ୍ତ୍ର ଉତକ୍ଷେପଣ କରିଛି। ଇସ୍ରାଏଲ କହିଛି ଯେ ଇରାନ ପାଖରେ ଥିବା ଏହି କ୍ଷମତା ବିଶ୍ୱ ଶାନ୍ତି ପ୍ରତି ଏକ ଗମ୍ଭୀର ଚେତାବନୀ।
ଅପରପକ୍ଷେ ଇରାନ ଏହି ଘଟଣାରେ ଓଲଟା ଜବାବ ଦେଇଛି। ଇରାନ ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଇସ୍ରାଏଲକୁ ଖୋଲା ଚ୍ୟାଲେଞ୍ଜ ଦେଇଛି। ହାଇଦ୍ରାବାଦସ୍ଥିତ ଇରାନର ବାଣିଜ୍ୟ ଦୂତାବାସ ପକ୍ଷରୁ କୁହାଯାଇଛି ଯେ, “ଯଦି ଇସ୍ରାଏଲ ନିଜର ଅତ୍ୟଧିକ ସୁରକ୍ଷିତ ଅଞ୍ଚଳ ’ଡିମୋନା’ (Dimona)ରେ କ୍ଷେପଣାସ୍ତ୍ର ରୋକିବାରେ ବିଫଳ ହୁଏ, ତେବେ ବୁଝିବାକୁ ହେବ ଯେ ଇସ୍ରାଏଲର ଆକାଶ ଆଉ ସୁରକ୍ଷିତ ନୁହେଁ। ଏହା ଯୁଦ୍ଧର ଏକ ନୂଆ ପର୍ଯ୍ୟାୟକୁ ସୂଚାଉଛି।”
ଏହି ସଙ୍କଟଜନକ ସ୍ଥିତିରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଦେଶ ପାଇଁ ସମୟ ବହୁତ କଠିନ। ସେ ’ଅରାଦ’ର ମେୟରଙ୍କ ସହ କଥା ହୋଇ ଆହତମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ନେତାନ୍ୟାହୁ ଦୃଢ଼ୋକ୍ତି ପ୍ରକାଶ କରି କହିଛନ୍ତି, “ଆମେ ସବୁ ସୀମାରେ ଶତ୍ରୁମାନଙ୍କୁ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ଅଛୁ ଏବଂ ଆକ୍ରମଣ ଜାରି ରଖିବୁ।”ଏହି ଘଟଣା ପରେ ସମଗ୍ର ବିଶ୍ୱରେ ଏବେ ଯୁଦ୍ଧର ଭୟ ଘନୀଭୂତ ହେବାରେ ଲାଗିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?