ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ ଗଭୀର ଜଳରାଶିରୁ କିପରି ଡ୍ରୋନ୍‌ ବ୍ୟବହାର ହେଉଛି, ଏହା ତା’ର ବିରଳ ଦୃଶ୍ୟ। ଇରାନ ସରକାରୀ ଗଣମାଧ୍ୟମ ସୂଚନା ଅନୁଯାୟୀ, ଉକ୍ତ ଡ୍ରୋନ୍‌ ଡାଇଭ୍‌-ଏଲ୍‌ଡି ସମୁଦ୍ର ତଳେ କାର୍ଯ୍ୟ କରୁଥିବା ଏକ ବୃହତ୍‌ ସ୍ବୟଂକ୍ରିୟ ଯାନ ଯାହାକୁ କାଲିଫର୍ନିଆର ପ୍ରତିରକ୍ଷା କମ୍ପାନୀ ଆଣ୍ଡୁରିଲ୍‌ ନିର୍ମାଣ କରିଛି। ୧୯ ଫୁଟ୍‌ର ଏହି ଡ୍ରୋନ୍‌ ମାଇନ୍‌ ପ୍ରତିହତ କାର୍ଯ୍ୟ କରିବା ସହ, ସମୁଦ୍ର ଶଯ୍ୟାର ମ୍ୟାପିଂ, ଗୋଇନ୍ଦା ତଥ୍ୟ ସଂଗ୍ରହ ଏବଂ ଜଳଭାଗ ତଳେ ରହିଥିବା କେବୁଲ, ପାଇପ୍‌ଲାଇନ୍‌ ଆଦି ଭିତ୍ତିଭୂମିକୁ ତଦାରଖ କରିଥାଏ। ଆମେ ଆତଙ୍କବାଦୀ ଆମେରିକା ସେନାର ସବୁଠୁ ଅତ୍ୟାଧୁନିକ, ବୁଦ୍ଧିମାନ ଓ ମାନବବିହୀନ ଯାନକୁ କବ୍‌ଜା କରିଛୁ, ଯେଉଁଥିରେ ଅତ୍ୟାଧୁନିକ ପ୍ରଯୁକ୍ତି ବ୍ୟବହାର ହୋଇଛି ବୋଲି ଆଇଆର୍‌ଜିସି କହିଛି। ଅନ୍ୟପକ୍ଷରେ ଉକ୍ତ ସମୁଦ୍ର ତଳ ଡ୍ରୋନ୍‌ ଗୋଟିଏ ଦିନ ପୂର୍ବରୁ ଅକାମୀ ହୋଇଯାଇଥିଲା ବୋଲି ପେଣ୍ଟାଗନ୍‌ ମୁଖପାତ୍ର କହିଛନ୍ତି। ଏହା ଆଞ୍ଚଳିକ ଜଳରାଶିର ସର୍ଭେ କରି ଆଗାମୀ କାର୍ଯ୍ୟାନୁଷ୍ଠାନରେ ସହାୟତା କରିଥାଏ। ଖରାପ ହୋଇଥିବା ଉକ୍ତ ଡ୍ରୋନ୍‌ ଏକ ପୁରଣା ମଡେଲ, ଯାହା ସମ୍ବେଦନଶୀଳ ଡାଟା ସଂଗହ କରୁ ନ ଥିଲା କି ସେଥିରେ ସୋନାର କିମ୍ବା ରାଡାର ଉପକରଣ ନ ଥିଲା ବୋଲି ମୁଖପାତ୍ର କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?