ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମାତୃଭୂମିର ରକ୍ଷା ପାଇଁ ଶତ୍ରୁପକ୍ଷକୁ ଉଚିତ ଶିକ୍ଷା ଦେବାର ସମୟ ଆସିଯାଇଛି।
ଇରାନ ପକ୍ଷରୁ ସୌଦି ଆରବ, ଜର୍ଦ୍ଦାନ, ବାହାରିନ, କୁଏତ, କାତାର ଏବଂ ୟୁଏଇ (UAE) ରେ ଥିବା ଆମେରିକୀୟ ସୈନ୍ୟ ଘାଟିଗୁଡ଼ିକ ଉପରେ ଜୋରଦାର କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ବାହାରିନରେ ଥିବା ଆମେରିକୀୟ ନୌସେନାର ୫ମ ବେଡ଼ା (୫th Fleet) ମୁଖ୍ୟାଳୟକୁ କ୍ଷେପଣାସ୍ତ୍ର ଯୋଗେ ଟାର୍ଗେଟ କରାଯାଇଛି, ଯାହାଫଳରେ ସେଠାରେ ଆକାଶ ଧୂଆଁମୟ ହୋଇଯାଇଛି। ଦକ୍ଷିଣ ଇରାନର ହୋର୍ମୋଜଗାନ ପ୍ରାନ୍ତରେ ଏକ ବାଳିକା ସ୍କୁଲ ଉପରେ ହୋଇଥିବା ବିମାନ ଆକ୍ରମଣରେ ପ୍ରାୟ ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫ ଜଣ ଆହତ ହୋଇଛନ୍ତି। ସେହିଭଳି ୟୁଏଇ (UAE) ଦାବି କରିଛି ଯେ ସେମାନେ ନିଜର ଏୟାର ଡିଫେନ୍ସ ସିଷ୍ଟମ ଜରିଆରେ ଅନେକ ଇରାନୀ କ୍ଷେପଣାସ୍ତ୍ରକୁ ଧ୍ୱଂସ କରିଦେଇଛନ୍ତି। ତେବେ ଆବୁଧାବିର ଏକ ଆବାସିକ ଅଞ୍ଚଳରେ କ୍ଷେପଣାସ୍ତ୍ରର ଭଙ୍ଗା ଅଂଶ ପଡ଼ିବାରୁ ଜଣେ ଏସୀୟ ନାଗରିକଙ୍କ ମୃତ୍ୟୁ ହୋଇଛି।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୋଧରେ ମୁଖ୍ୟ ଯୁଦ୍ଧ କାର୍ଯ୍ୟାନୁଷ୍ଠାନ(Main War Action) ଘୋଷଣା କରିଛନ୍ତି। ସେ ଇରାନୀ ସେନାକୁ ଆତ୍ମସମର୍ପଣ କରିବାକୁ କିମ୍ବା ମୃତ୍ୟୁ ପାଇଁ ପ୍ରସ୍ତୁତ ରହିବାକୁ ଚେତାବନୀ ଦେଇଛନ୍ତି। ଏଥିସହ ଇରାନର ସାଧାରଣ ନାଗରିକମାନଙ୍କୁ ସୁରକ୍ଷିତ ରହିବା ପାଇଁ ଘରୁ ବାହାରକୁ ନ ବାହାରିବାକୁ ସେ ପରାମର୍ଶ ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri