୩୦୦୦ରୁ ଅଧିକ ଆଫଗାନ ଶରଣାର୍ଥୀଙ୍କୁ ବିଦା କଲା ଇରାନ

କାବୁଲ,୨୭ ।୧: ଇରାନ ୩୦୦୦ରୁ ଅଧିକ ଆଫଗାନ ଶରଣାର୍ଥୀଙ୍କୁ ନିଜ ଦେଶରୁ ବାହାର କରିଦେଇଥିବା ଜଣାପଡିଛି । ମିଡିଆ ରିପୋର୍ଟ ଅନୁଯାୟୀ, ନିକଟରେ ଏହି ଶରଣାର୍ଥୀଙ୍କୁ ଇସଲାମ କଲା ଓ ପୁଲେ ଅବ୍ରିଶନ ସୀମାରେ ଜବରଦସ୍ତ ଆଫଗାନିସ୍ତାନ ପଠାଇ ଦିଆଯାଇଛି ।
ଆଫଗାନିସ୍ତାନରେ ତାଲିବାନର ମଧ୍ୟବର୍ତ୍ତିକାଳୀନ ସରକାରଙ୍କ ଶରଣାର୍ଥୀ ଏବଂ ପ୍ରତ୍ୟାବର୍ତ୍ତନ ମନ୍ତ୍ରଣାଳୟ ଅନୁଯାୟୀ, ୨୪ ଓ ୨୫ ଜାନୁୟାରୀରେ ପ୍ରାୟ ୩,୧୨୩ ଆଫଗାନ ପ୍ରବାସୀଙ୍କୁ ଇରାନରୁ ବହିଷ୍କାର କରାଯାଇଥିଲା । ନିକଟ ଅତୀତରେ ଇରାନରେ ଆଫଗାନିସ୍ତାନ ନାଗରିକଙ୍କୁ ଅଟକ ରଖାଯାଇ ଜବରଦସ୍ତ ଆଫଗାନିସ୍ତାନକୁ ପଠାଇ ଦିଅଯାଇଥିଲା ।
ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଆଫଗାନିସ୍ତାନରେ ତାଲିବାନ କ୍ଷମତା ଗ୍ରହଣ କରିବା ପରେ ଅନେକ ଆଫଗାନବାସୀ ଜୀବନ ଓ ଭୟାନକ ଆର୍ଥିକ ସ୍ଥିତିକୁ ଦେଖି ଦେଶ ଛାଡି ଦେଇଥିଲେ । ବର୍ତ୍ତମାନ ଇରାନରେ ୪୦ ଲକ୍ଷରୁ ଅଧିକ ଆଫଗାନ ନାଗରିକ ରହୁଛନ୍ତି । ତାଲିବାନର ଅଧିକାରୀମାନେ କହିଛନ୍ତି, ଆଫଗାନ ଶରଣାର୍ଥୀମାନେ ହେରାଟ ଓ ନିମରୁଜ ସୀମାଦେଇ ଅଫଗାନିସ୍ତାନରେ ପ୍ରବେଶ କରିଛନ୍ତି । ଏହାସହ ତାଲିବାନ ସରକାର ଆଫଗାନ ଶରଣାର୍ଥୀଙ୍କ ସହ ଉଚିତ ବ୍ୟବହାର କରିବାକୁ ଅପିଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?