ସରେଣ୍ଡର କରିବନି ଇରାନ୍‌, ଆମେରିକା ଆକ୍ରମଣ କଲେ ପରିଣାମ ଖରାପ ହେବ; ପାଲଟା ଧମକ ଦେଲେ…

ତେହରାନ୍‌/ଓ୍ବାଶିଂଟନ୍‌,୧୮ା୬: ଇସ୍ରାଏଲ୍‌-ଇରାନ୍‌ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏଣ୍ଟ୍ରି ମାରି ଖୋଲାଖୋଲି ଧମକ ଦେଇଛନ୍ତି। ମଙ୍ଗଳବାର ସେ ଇରାନ୍‌ ସୁପ୍ରିମଲିଡର ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ନିଃସର୍ତ୍ତ ଆମତ୍ସମର୍ପଣ କରିବାକୁ ଆହ୍ବାନ ଦେଇଥିଲେ। ଏହାର ଦିନକ ପରେ ୮୬ ବର୍ଷୀୟ ଇରାନ୍‌ ସୁପ୍ରିମଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ପାଲଟା ଧମକ ଦେଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଖାମେନେଇ କହିଛନ୍ତି, ଯଦି ଆମେରିକା ଇସ୍ରାଏଲୀ ଏୟାରଷ୍ଟ୍ରାଇକ୍‌ରେ ସାମିଲ ହୁଏ ତେବେ ଏହାର ପରିଣାମ ବହୁତ ଖରାପ ହେବ। ଆମେରିକାକୁ ଅପୂରଣୀୟ କ୍ଷତି ସହିବାକୁ ପଡ଼ିବ। ସେହିପରି ଇରାନ୍‌ ବହିର୍ବ୍ୟାପାର ମନ୍ତ୍ରଣାଳୟ ମଧ୍ୟ ଆମେରିକୀୟ ହସ୍ତକ୍ଷେପକୁ ଯୁଦ୍ଧ ଜରିଆରେ ମୁକାବିଲା କରାଯିବ ବୋଲି କହିଛି।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦାବି କରାଯାଇଥିବା ‘ନିସର୍ତ୍ତ ଆତ୍ମସମର୍ପଣ’ର ସିଧାସଳଖ ଜବାବ ଦେଇ ଖାମନେଇ କହିଛନ୍ତି ଯେ ଯେଉଁମାନେ ଇରାନର ଇତିହାସ ଜାଣନ୍ତି, ସେମାନେ ଧମକର ଭାଷା କୁହନ୍ତି ନାହିଁ। ତେବେ ଟ୍ରମ୍ପ କହିଥିଲେ ଯେ ଖାମନେଇ କେଉଁଠି ଅଛନ୍ତି ଆମେରିକା ଜାଣେ, ହେଲେ ତାଙ୍କୁ ଏବେ ହତ୍ୟା କରିବାକୁ ଚାହୁଁନାହିଁ।

ପ୍ରକାଶ ଯେ, ଇସ୍ରାଏଲ୍‌-ଇରାନ୍‌ ଯୁଦ୍ଧ ବୁଧବାର ଷଷ୍ଟ ଦିନରେ ପହଞ୍ଚତ୍ଛି। ଇସ୍ରାଏଲ୍‌ ଆକ୍ରମଣରେ ଇରାନ୍‌ରେ ମୃତ୍ୟୁସଂଖ୍ୟା ୬୦୦ ଅତିକ୍ରମ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତେହରାନ୍‌କୁ ନିଃସର୍ତ୍ତ ଆମତ୍ସମର୍ପଣ ପାଇଁ ଆହ୍ବାନ ଦେବା ପରେ ଇରାନ୍‌ ତେଲ୍‌ଆଭିଭ୍‌କୁ ଟାର୍ଗେଟ କରି ଫତହ-୧ ମିଶାଇଲ୍‌ ଛାଡ଼ିଥିବା କହିଛନ୍ତି। ଇସ୍ରାଏଲ୍‌ରେ ଅଦ୍ୟାବଧି ୨୫ ଜଣ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?