ଇରାନରେ ଶହ ଶହ ମହିଳାଙ୍କୁ ଦିଆଗଲା ଜହର!

ତେହେରାନ,୨୭ ।୨: ଇରାନରେ ଚମକାଇବା ଭଳି ଏକ ମାମଲା ସାମ୍ନାକୁ ଆସିଛି । ଏଠାରେ ଏକ ସହରରେ ଝିଅମାନଙ୍କୁ ସ୍କୁଲ ଯିବାରୁ ରୋକିବାକୁ ସେମାନଙ୍କୁ ଜହର ବା ବିଷ ଦିଆଯାଇଥିବା ଜଣାପଡିଛି । ଇରାନର ଜଣେ ମନ୍ତ୍ରୀ ଏହି ତଥ୍ୟ ସମ୍ପର୍କରେ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଇରାନର ପବିତ୍ର ସହର କୋମ ସମେତ ଅନ୍ୟ ସ୍ଥାନରେ ଝିଅମାନଙ୍କ ସ୍କୁଲକୁ ବନ୍ଦ କରିବାକୁ କେତେଜଣ ଲୋକଙ୍କ ଦ୍ୱାରା କେତେଜଣ ଛାତ୍ରୀଙ୍କୁ ଜହର ଦେଇ ଦିଆଯାଇଛି । ଉକ୍ତ ବିଷକୁ କେମିକାଲ କମ୍ପାଉଣ୍ଡ ଭାବେ ଦିଆଯାଇଥିବା ବେଳେ ଏହି ମାମଲାରେ ଏବେ ପର୍ଯ୍ୟନ୍ତ କେହି ଗିରଫ ହୋଇ ନାହାନ୍ତି । ଏବେ ମାମଲାର ଯାଞ୍ଚ ଚାଲିଛି ।
ମଡିଆ ରିପୋର୍ଟ ଅନୁଯାୟୀ, ଇରାନର ୪ ସହରରେ ୧୪ ସ୍କୁଲରେ ପଢୁଥିବା ଝିଅମାନଙ୍କୁ ଟାର୍ଗେଟ କରାଯାଇଛି । ଏଥିରେ ଉତ୍ତର ପଶ୍ଚିମ ସହର ଆନ୍ଦେଂବିଲ, ରାଜଧାନୀ ତେହେରାନ, ପଶ୍ଚିମ ସହର ବୋରୋଜର୍ଦ ଓ କୋମ ସହର ସାମିଲ ହୋଇଛି । କୋମକୁ ଇରାନର ପବିତ୍ର ସହର ବୋଲି କୁହାଯାଏ । ଏହା ଖୁବ ରୁଢିବାଦୀ ଓ ଧାର୍ମିକ ଭାବେ କଟ୍ଟର ସହର ବୋଲି କୁହାଯାଇଥାଏ । ଦେଶର ଅଧିକାଂଶ ନେତା ଓ ରାଷ୍ଟ୍ରପତି କୋମ ସହରରୁ ଧାର୍ମିକ ଶିକ୍ଷା ନେଇଛନ୍ତି । ସୋସିଆଲ ମିଡିଆରେ ବି କିଛି ଭିଡିଓ ଦେଖିବାକୁ ମିଳିଥିଲା ଯେଉଁଥିରେ କେତେକ ନାରାଜ ଲୋକେ ଶିକ୍ଷା ସଂସ୍ଥା ବାହାରେ ବିରୋଧ ପ୍ରଦର୍ଶନ କରୁଥିବା ଦେଖାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri