Posted inଖେଳ

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି। ତେବେ ଜୁନ୍‌ ୧୧ରୁ ଯୁକ୍ତରାଷ୍ଟ୍ର ଆମେରିକା, କାନାଡା ଓ ମେକ୍ସିକୋରେ ଆରମ୍ଭ ହେବାକୁଥିବା ବିଶ୍ୱକପ୍‌ରେ ଇରାନର ଅଂଶଗ୍ରହଣ ଉପରେ କୌଶସି ସୂଚନା ଦିଆଯାଇ ନାହିଁ।

ଦୁବାଇର ଶାବାବ ଅଲ୍‌ ଅହଲି ବିପକ୍ଷ ଟ୍ରାକ୍ଟର ଗେମ୍‌ ସାଉଦି ଆରବରେ ଖେଳାଯିବା କାର୍ଯ୍ୟକ୍ରମ ଥିଲା। ଏହା ଏସିଆନ ଚାମ୍ପିୟନ୍ସ ଲିଗ୍‌ ଏଲିଟ୍‌ର ଏକ ପ୍ଲେ-ଅଫ୍‌ ମ୍ୟାଚ। ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି କରା ନ ଯିବା ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ। ବର୍ତ୍ତମାନ ପରିସ୍ଥିତିରେ ଶତ୍ରୁ ରାଷ୍ଟ୍ରଗୁଡ଼ିକ ସେମାନଙ୍କ ଖେଳାଳିଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେଇ ପାରିବେ ନାହିଁ ବୋଲି ଇରାନ କର୍ତ୍ତୃପକ୍ଷ ମନେ କରୁଛନ୍ତି।

ଇରାନ ଯୁଦ୍ଧ ଯୋଗୁ ଏହି ଦେଶର ଆଖପାଖରେ ଥିବା ମଧ୍ୟ ପ୍ରାଚ୍ୟର ପ୍ରାୟ ପ୍ରତ୍ୟେକ ଦେଶ ପ୍ରଭାବିତ ହୋଇଛନ୍ତି। କ୍ଷେପଣାସ୍ତ୍ର ହେଉ କିମ୍ବା ଡ୍ରୋନ ଅବା ବୋମାମାଡ଼ ଗୋଗୁ କ୍ଷତିଗ୍ରସ୍ତ ହୋଇଛନ୍ତି। ବୁଧବାର ଏସିଆନ ଫୁଟ୍‌ବଲ କନଫେଡେରେଶନ ଡ୍ର’ର ଫଳସ୍ବରୂପ ସାଉଦିଆରବରେ ଟ୍ରାକ୍ଟର ବିପକ୍ଷ ପ୍ଲେଅଫ୍‌ ଗେମ୍‌ ଆୟୋଜନ କରାଯାଇଛି। ଏଥିରୁ କ୍ୱାର୍ଟରଫାଇନାଲ ଯୋଡ଼ି ନିର୍ଦ୍ଧାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri