ଆଗାମୀ ୪୮ ଘଣ୍ଟା ମଧ୍ୟରେ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିପାରେ ଇରାନ

ନୂଆଦିଲ୍ଲୀ, ୧୨।୪: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଇରାନ ସିଧାସଳଖ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିପାରେ। ୧୦୦ରୁ ଅଧିକ ଡ୍ରୋନ୍‌ ସହ ମିସାଇଲ ଆକ୍ରମଣ ହୋଇପାରେ। ବିଶେଷକରି ସୈନ୍ୟମାନଙ୍କୁ ଟାର୍ଗେଟ କରାଯାଇପାରେ। ଇସ୍ରାଏଲ ଲାଗି ଏହା ବେଶ ଚ୍ୟାଲେଞ୍ଜିଂ ରହିବ ବୋଲି ଆମେରିକାର ଦାବି କରିଛି।

ଇସ୍ରାଏଲ ଗୋଇନ୍ଦା ବିଭାଗ କହିଛି ଯେ, ଇସ୍ରାଏଲ ଉପରେ ଇରାନ ୨୦୧୯ ଭଳି ମିସାଇଲ ଏବଂ ଡ୍ରୋନ୍‌ ଆକ୍ରମଣ କରିପାରେ। ସେ ସେନା ଏବଂ ଅନ୍ୟାନ୍ୟ ପ୍ରତିଷ୍ଠାନକୁ କ୍ଷତି ପହଞ୍ଚାଇବାକୁ ଚାହିଁବ। ଏହାଦ୍ୱାରା ବହୁତ କ୍ଷତି ହେବ। ତେବେ ସାଉଦି ଆରବ ଉପରେ ମିସାଇଲ ଆକ୍ରମଣ ହୋଇଥିଲା। ଏହା ପଛରେ ଇରାନ ଥିବା ସାଉଦି ଅଭିଯୋଗ କରିଥିଲା।

କହିରଖୁଛୁ, ଗତ ୧ ତାରିଖରେ ଇସ୍ରାଏଲ୍‌ ସୈନ୍ୟ ଡମାସ୍‌କସ୍‌ରେ ଥିବା ଇରାନ ବାଣିଜି୍ୟକ ଦୂତାବାସ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଇରାନର ଇସ୍‌ଲାମିକ ଗାର୍ଡ କର୍‌ର ୨ ବରିଷ୍ଠ ସଦସ୍ୟଙ୍କ ସମେତ ୭ ଜଣ ନିହତ ହୋଇଥିଲେ। ଏହାର ପ୍ରତିଶୋଧ ନେବା ଲାଗି ଇରାନ ପ୍ରତିଜ୍ଞା କରଥିଲା। ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଇସ୍ରାଏଲ୍‌କୁ ସମର୍ଥନର ପ୍ରତିଶ୍ରୁତି ଦେଇଛନ୍ତି। ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲ୍‌ ଯୁଦ୍ଧରେ ଲିପ୍ତ ଥିବାବେଳେ ଇରାନ ଆକ୍ରମଣ କଲେ ସମ୍ଭାବ୍ୟ ଯୁଦ୍ଧର ପରିଣାମ ବିଶ୍ୱବାସୀଙ୍କୁ ଭୋଗିବାକୁ ପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ଦ୍ୱାଦଶ ପର୍ଯ୍ୟନ୍ତ ପଢିବାକୁ ଲାଗୁଛି ୨୨ ଲକ୍ଷ! କେମିତି ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗିଲାଣି ଘରୋଇ ସ୍କୁଲ, ଭାଇରାଲ ହେଉଛି CAଙ୍କ ପୋଷ୍ଟ

ନୂଆଦିଲ୍ଲୀ,୭।୧୨: ଭାରତରେ ମଧ୍ୟବିତ୍ତ ପରିବାର ପାଇଁ ଶିକ୍ଷା ସର୍ବଦା ପ୍ରାଥମିକତା ରହିଆସିଛି। କିନ୍ତୁ ୨୦୨୫ ପାଇଁ ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ...

ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN

କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri