ଆଗାମୀ ୪୮ ଘଣ୍ଟା ମଧ୍ୟରେ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିପାରେ ଇରାନ

ନୂଆଦିଲ୍ଲୀ, ୧୨।୪: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଇରାନ ସିଧାସଳଖ ଇସ୍ରାଏଲ୍‌ ଉପରେ ଆକ୍ରମଣ କରିପାରେ। ୧୦୦ରୁ ଅଧିକ ଡ୍ରୋନ୍‌ ସହ ମିସାଇଲ ଆକ୍ରମଣ ହୋଇପାରେ। ବିଶେଷକରି ସୈନ୍ୟମାନଙ୍କୁ ଟାର୍ଗେଟ କରାଯାଇପାରେ। ଇସ୍ରାଏଲ ଲାଗି ଏହା ବେଶ ଚ୍ୟାଲେଞ୍ଜିଂ ରହିବ ବୋଲି ଆମେରିକାର ଦାବି କରିଛି।

ଇସ୍ରାଏଲ ଗୋଇନ୍ଦା ବିଭାଗ କହିଛି ଯେ, ଇସ୍ରାଏଲ ଉପରେ ଇରାନ ୨୦୧୯ ଭଳି ମିସାଇଲ ଏବଂ ଡ୍ରୋନ୍‌ ଆକ୍ରମଣ କରିପାରେ। ସେ ସେନା ଏବଂ ଅନ୍ୟାନ୍ୟ ପ୍ରତିଷ୍ଠାନକୁ କ୍ଷତି ପହଞ୍ଚାଇବାକୁ ଚାହିଁବ। ଏହାଦ୍ୱାରା ବହୁତ କ୍ଷତି ହେବ। ତେବେ ସାଉଦି ଆରବ ଉପରେ ମିସାଇଲ ଆକ୍ରମଣ ହୋଇଥିଲା। ଏହା ପଛରେ ଇରାନ ଥିବା ସାଉଦି ଅଭିଯୋଗ କରିଥିଲା।

କହିରଖୁଛୁ, ଗତ ୧ ତାରିଖରେ ଇସ୍ରାଏଲ୍‌ ସୈନ୍ୟ ଡମାସ୍‌କସ୍‌ରେ ଥିବା ଇରାନ ବାଣିଜି୍ୟକ ଦୂତାବାସ ଉପରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଇରାନର ଇସ୍‌ଲାମିକ ଗାର୍ଡ କର୍‌ର ୨ ବରିଷ୍ଠ ସଦସ୍ୟଙ୍କ ସମେତ ୭ ଜଣ ନିହତ ହୋଇଥିଲେ। ଏହାର ପ୍ରତିଶୋଧ ନେବା ଲାଗି ଇରାନ ପ୍ରତିଜ୍ଞା କରଥିଲା। ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଇସ୍ରାଏଲ୍‌କୁ ସମର୍ଥନର ପ୍ରତିଶ୍ରୁତି ଦେଇଛନ୍ତି। ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲ୍‌ ଯୁଦ୍ଧରେ ଲିପ୍ତ ଥିବାବେଳେ ଇରାନ ଆକ୍ରମଣ କଲେ ସମ୍ଭାବ୍ୟ ଯୁଦ୍ଧର ପରିଣାମ ବିଶ୍ୱବାସୀଙ୍କୁ ଭୋଗିବାକୁ ପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?