ଇରାନ ବିକ୍ଷୋବ: ଯୁବକଙ୍କୁ ଫାଶୀ ଦଣ୍ଡ, ଶେଷ ଦେଖା ପାଇଁ ପରିବାରକୁ ମିଳିଲା ମାତ୍ର ୧୦ ମିନିଟ୍

ନୂଆଦିଲ୍ଲୀ,୧୪।୧: ଇରାନରେ ଜାରି ରହିଥିବା ସରକାର ବିରୋଧୀ ବିକ୍ଷୋବ ଭୟଙ୍କର ହେବାରେ ଲାଗିଛି। ଏହି ବିକ୍ଷୋବରେ ସାମିଲ ହୋଇଥିବା ପ୍ରାୟ ଅଢେଇ ହଜାର ଲୋକେ ମୃତ୍ୟୁ ବରଣ କଲେଣି। ଏହାରି ମଧ୍ୟରେ ଆନ୍ଦୋଳନରେ ସାମିଲ ହେବା ଅପରାଧରେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ମୃତ୍ୟୁଦଣ୍ଡାଦେଶ ଶୁଣାଯାଇଛି।

ବୁଧବାର ଭୋର ସମୟରେ ଇରଫାନ ସୋଲତାନିଙ୍କୁ ଫାଶୀ ଦିଆଯାଇଛି। ଗିରଫ ହେବାର ମାତ୍ର ଏକ ସପ୍ତାହ ମଧ୍ୟରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ଘଟଣା ବିଶ୍ୱବ୍ୟାପୀ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଇରଫାନ ସୋଲତାନିଙ୍କୁ ଜାନୁଆରୀ ୮ ତାରିଖରେ କରଜ ଅଞ୍ଚଳରୁ ଗିରଫ କରାଯାଇଥିଲା। ଗିରଫର ମାତ୍ର ୩ ଦିନ ପରେ ତାଙ୍କ ପରିବାରକୁ ଜଣାଇ ଦିଆଯାଇଥିଲା ଯେ, ତାଙ୍କୁ ମୃତ୍ୟୁଦଣ୍ଡ ମିଳିଛି ଏବଂ ଜାନୁଆରୀ ୧୪ରେ ଏହା କାର୍ଯ୍ୟକାରୀ ହେବ।

ପ୍ରଶାସନ ଇରଫାନଙ୍କ ପରିବାରକୁ ଶେଷ ଦେଖା ପାଇଁ ମାତ୍ର ୧୦ ମିନିଟର ସମୟ ଦେଇଥିଲେ। ପରିବାର ଲୋକଙ୍କୁ ଚେତାବନୀ ଦିଆଯାଇଛି ଯେ, ଯଦି ସେମାନେ ଏ ବିଷୟରେ କାହାକୁ ଜଣାନ୍ତି, ତେବେ ପରିବାରର ଅନ୍ୟ ସଦସ୍ୟଙ୍କୁ ମଧ୍ୟ ଗିରଫ କରାଯିବ।

ଇରଫାନଙ୍କ ଉପରେ ‘ମୋହରେବେ’ ବା ‘ଈଶ୍ୱରଙ୍କ ବିରୋଧରେ ଶତ୍ରୁତା’ କରିଥିବା ଅଭିଯୋଗ ଲଗାଯାଇଛି। ମାନବାଧିକାର କର୍ମୀଙ୍କ ଅନୁଯାୟୀ, ଇରଫାନଙ୍କୁ କୌଣସି ଓକିଲ କିମ୍ବା ପରିପକ୍ୱ ନ୍ୟାୟିକ ପ୍ରକ୍ରିୟାର ସୁଯୋଗ ଦିଆଯାଇ ନାହିଁ।

ଇରାନରେ ମୁଦ୍ରାସ୍ଫୀତି ଏବଂ ଆର୍ଥିକ ସଂକଟକୁ ନେଇ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଏବେ ସରକାର ବିରୋଧୀ ଆନ୍ଦୋଳନରେ ପରିଣତ ହୋଇଛି। ଗତ ୨୦ ଦିନ ମଧ୍ୟରେ ପାଖାପାଖି ୨,୦୦୦ରୁ ଅଧିକ ଲୋକ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ପ୍ରାୟ ୨୦,୦୦୦ ଲୋକଙ୍କୁ ଗିରଫ କରାଯାଇଥିବାବେଳେ ପ୍ରାୟ ୫ ଦିନ ହେବ ଇଣ୍ଟରନେଟ୍ ସେବା ସମ୍ପୂର୍ଣ୍ଣ ବନ୍ଦ ରହିଛି।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଘଟଣାରେ ଇରାନ ସରକାରଙ୍କୁ କଠୋର ଚେତାବନୀ ଦେଇଛନ୍ତି। ଯଦି ପ୍ରଦର୍ଶନକାରୀଙ୍କୁ ଫାଶୀ ଦିଆଯାଏ, ତେବେ ଆମେରିକା ପକ୍ଷରୁ ‘ଅତ୍ୟନ୍ତ କଠୋର ପଦକ୍ଷେପ’ ନିଆଯିବ ବୋଲି ସେ ଜଣାଇଛନ୍ତି। ଆମ୍ନେଷ୍ଟି ଇଣ୍ଟରନ୍ୟାସନାଲ୍ ଏହାକୁ ଏକ ‘କ୍ଷେତ୍ରୀୟ ପ୍ରାଣଦଣ୍ଡ’ ବୋଲି କହି ନିନ୍ଦା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?