Posted inଜାତୀୟ

ଭାରତ ସହ ୩୩ ଦେଶର ପର୍ଯ୍ୟଟକଙ୍କ ପାଇଁ ଭିଜାମୁକ୍ତ ସୁବିଧା ଆରମ୍ଭ କଲା ଇରାନ

ନୂଆଦିଲ୍ଲୀ, ୭।୨:ଭାରତ ଭଳି ୩୩ଟି ଦେଶର ପର୍ଯ୍ୟଟକଙ୍କ ପାଇଁ ଭିଜାମୁକ୍ତ ସୁବିଧା ଆରମ୍ଭ କରିଛନ୍ତି ଇରାନ ସରକାର। ଭାରତରେ ଥିବା ଇରାନର ଦୂତାବାସ ଏନେଇ ଆଧିକାରିକ ସୂଚନା ଦେଇଛନ୍ତି । ସର୍ତ୍ତମୂଳକ ଭାବେ ୧୫ ଦିନ ପର୍ଯ୍ୟନ୍ତ ଭାରତ ସମେତ ୩୩ଟି ଦେଶର ପର୍ଯ୍ୟଟକ ବିନା ଭିଜାର ଇରାନରେ ରହିପାରିବେ। ଏହି ସୁବିଧା ପାଇବା ପାଇଁ କିଛି ସର୍ତ୍ତ ଜାରି କରିଛନ୍ତି ଇରାନ ସରକାର। ଏଥିପାଇଁ ପର୍ଯ୍ୟଟକମାନଙ୍କୁ କେବଳ ବିମାନ ଯୋଗେ ଇରାନ ଗସ୍ତ କରିବାକୁ ପଡ଼ିବ। ଆଣବିକ କାର୍ଯ୍ୟକ୍ରମ ବନ୍ଦ କରୁ ନ ଥିବାରୁ ବିଭିନ୍ନ ପଶ୍ଚିମ ଦେଶ ପକ୍ଷରୁ ଇରାନ ଉପରେ ଅନେକ ପ୍ରତିବନ୍ଧକ ଲଗାଯାଇଛି। ତେଣୁ ଅର୍ଥନୈତିକ ଭାବେ ଦେବାଳିଆ ହୋଇ ପଡ଼ିଥିବା ଇରାନ କିଛି ଦେଶ ପାଇଁ ଭିଜା ମୁକ୍ତ ନିଷ୍ପତ୍ତି ନେଇ ନିଜ ପର୍ଯ୍ୟଟନ ଶିଳ୍ପକୁ ସୁଦୃଢ କରି ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri