ଇସ୍ରାଏଲ୍‌, ଆମେରିକାକୁ ଇରାନ ସୁପ୍ରିମ ଲିଡରଙ୍କ ଧମକ

ଦୁବାଇ,୩ା୧୧: ଇରାନ ଏବଂ ଏହାର ସହଯୋଗୀଙ୍କ ଉପରେ ଆକ୍ରମଣ ହେଲେ ଏହାର ଏକ ଧ୍ୱଂସାତ୍ମକ ଜବାବ ଦିଆଯିବ ବୋଲି ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇ ଶନିବାର ଇସ୍ରାଏଲ୍‌ ଏବଂ ଆମେରିକାକୁ ଧମକ ଦେଇଛନ୍ତି। ଅକ୍ଟୋବର ୨୬ରେ ଇସ୍ରାଏଲ୍‌ ଇରାନ ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଇରାନର କେତେକ ସାମରିକ ଘାଟି କ୍ଷତିଗ୍ରସ୍ତ ହେବା ସହ ଅନୂ୍ୟନ ୫ ଜଣ ନିହତ ହୋଇଥିଲେ। ଇରାନ ଉପରେ ପୁନର୍ବାର ଆକ୍ରମଣ ହେଲେ, ତାହାର ନିଆଁ ମଧ୍ୟପ୍ରାଚ୍ୟକୁ ବ୍ୟାପିବ। ଗାଜା ଷ୍ଟ୍ରିପ୍‌ରେ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଚାଲିଥିବାବେଳେ ଲେବାନନ୍‌ ଉପରେ ମଧ୍ୟ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଛି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏକ ବୃହତ୍‌ ଆଞ୍ଚଳିକ ଯୁଦ୍ଧରେ ପରିଣତ ହେବ। ଶତ୍ରୁ ଇସ୍ରାଏଲ୍‌ ଏବଂ ଆମେରିକାକୁ ଧ୍ୱଂସାତ୍ମକ ଜବାବ ଦିଆଯିବ ବୋଲି ଖାମେନେଇ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି।
ଇସ୍ରାଏଲ୍‌ର ଟର୍ମିନାଲ ହାଇ ଅଲ୍ଟିଚ୍ୟୁଡ୍‌ ଏରିଆ ଡିଫେନ୍ସରେ ଅଧିକ ସୈନ୍ୟଙ୍କୁ ନିୟୋଜିତ କରାଯାଇଛି। ଇରାନ ଓ ଏହାର ଆତଙ୍କବାଦୀ ସହଯୋଗୀଙ୍କୁ ପ୍ରତିହତ କରିବା ପାଇଁ ଆମେରିକାର ଯୁଦ୍ଧବିମାନବାହୀ ପୋତ ୟୁଏସ୍‌ଏସ୍‌ ଆବ୍ରାହମ ଲିଙ୍କନ୍‌ ଆରବ ସାଗରରେ ମୁତୟନ ହେବା ସହ ଅଧିକ ସଂଖ୍ୟାରେ ଯୁଦ୍ଧଜାହାଜ, ଲଢ଼ୁଆ ବିମାନ ସ୍କ୍ବାଡ୍ରନ, ଟ୍ୟାଙ୍କର ଏବଂ ବି-୫୨ ଲଙ୍ଗ୍‌ ରେଞ୍ଜ ବମ୍ବର ମଧ୍ୟପ୍ରାଚ୍ୟରେ ଖୁବ୍‌ଶୀଘ୍ର ପହଞ୍ଚୁଥିବା ପେଣ୍ଟାଗନ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri