ଇସ୍ଲାମାବାଦ,୨୫ା୪ : ଆମେରିକା ସହ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନାରେ ଭାଗ ନେବା ପାଇଁ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଅବ୍ବାସ ଅରାଘଚିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପାକିସ୍ତାନ ଆସୁଛନ୍ତି। ଏହି ଖବର ପ୍ରକାଶ ପାଇବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ଦୂତ ଷ୍ଟିଭ୍ ଓ୍ବିଟ୍କଫ୍ ଏବଂ ଜାରେଡ କୁଶନେରଙ୍କୁ ଇସ୍ଲାମାବାଦ ପଠାଉଥିବା ଶୁକ୍ରବାର ହ୍ବାଇଟ୍ ହାଉସ୍ ପକ୍ଷରୁ କୁହାଯାଇଛି। ଆଲୋଚନା ଫଳପ୍ରଦ ହେବା ସହ ଉଭୟପକ୍ଷ ଚୁକ୍ତିରେ ପହଞ୍ଚତ୍ବା ନେଇ ଆମେରିକା ଆଶାବାଦୀ ଥିବା ହ୍ବାଇଟ୍ ହାଉସ୍ ପ୍ରେସ୍ ସଚିବ କାରୋଲିନ୍ ଲିଭିଟ୍ କହିଛନ୍ତି।
ସାରା ବିଶ୍ୱ ଯୁଦ୍ଧକୁ ନେଇ ଚିନ୍ତାରେ ଥିବାବେଳେ ଷ୍ଟେଟ୍ ଅଫ୍ ହର୍ମୁଜ୍ ଅବରୋଧ ଯୋଗୁ ଉକ୍ତ ସାମୁଦ୍ରିକ ପଥ ଦେଇ ଇନ୍ଧନ ରପ୍ତାନି ବାଧାପ୍ରାପ୍ତ ହୋଇଛି। ଯୁଦ୍ଧ ବନ୍ଦ କରିବା ସହ ହର୍ମୁଜକୁ ଜାହାଜ ଚଳାଚଳ ପାଇଁ ଅବରୋଧମୁକ୍ତ କରିବା ଲାଗି ପାକିସ୍ତାନ ମଧ୍ୟସ୍ଥତାରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ପାଇଁ ଉଦ୍ୟମ ଜାରି ରହିଥିବାବେଳେ ଅସ୍ତ୍ରବିରତି ସମୟସୀମା ଶେଷହେବା ପୂର୍ବରୁ ଟ୍ରମ୍ପ୍ ଏହାର ଅବଧିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବଢ଼ାଇଥିଲେ।
ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ରେ ମାଇନ୍ ବିଛାଉଥିବା ବୋଟ୍ଗୁଡ଼ିକୁ ଗୁଳି କରି ଧ୍ୱଂସ କରିଦେବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଗୁରୁବାର ନୌସେନାକୁ ନିର୍ଦ୍ଦେଶ ଦେବା ପରେ ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଏକ ଭୟାନକ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆମେରିକା ନୌସେନା ହର୍ମୁଜ୍ରେ ମାଇନ୍ ହଟାଇବା କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିଛି। ଟ୍ରମ୍ପ୍ ଏଭଳି ଧମକ ଦେବା ସହ ଆମେରିକା ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍କୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରଖିଥିବା ଦାବି କରିଥିଲେ। ଏହି ଘଟଣା ପରେ ଅରାଘଚି ପାକିସ୍ତାନ ଗସ୍ତରେ ଆସୁଛନ୍ତି। ଏଥିସହିତ ସେ ଓମାନ ଏବଂ ରୁଷିଆ ଯିବେ ବୋଲି ଗଣମାଧ୍ୟମ କହିଛି।
Posted inHome Left, ଅନ୍ତର୍ଜାତୀୟ View All
ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…
ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…
ଭାରତକୁ ବଡ଼ ଝଟ୍କା: ଏସିଆନ୍ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…
ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…
ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…
କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…
କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC
ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…
ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ
ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…
ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍ ହେଲା ଇସଲାମାବାଦ, ସେନାବେସ୍ରେ ବଡ଼ ହଲଚଲ
ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍ଲାମାବାଦକୁ ବିଭିନ୍ନ ସ୍ଥାନରେ…
ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…
ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…
ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…
ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…
Archives

