ଇରାନ୍‌ ଗୋଇନ୍ଦା ମନ୍ତ୍ରୀଙ୍କୁ ହତ୍ୟା

ତେଲ୍‌ ଆଭିଭ୍‌ ,୧୯ା୩: ଇରାନ୍‌କୁ ବୁଧବାର ପୁଣି ଶକ୍ତ ଧକ୍କା ଲାଗିଛି। ଇସ୍ରାଏଲ ଆକ୍ରମଣରେ ଇରାନ୍‌ର ଗୋଇନ୍ଦା ବିଭାଗ ମନ୍ତ୍ରୀ ଇସ୍‌ମାଇଲ ଖାତିବ୍‌ ନିହତ ହୋଇଛନ୍ତି। ମଙ୍ଗଳବାର ଇରାନ୍‌ ପ୍ରତିରକ୍ଷା ବିଭାଗୀୟ ମୁଖ୍ୟ ଅଲୀ ଲାରିଜାନି ଏବଂ ବସିଜ୍‌ ଫୋର୍ସ କମାଣ୍ଡର ବ୍ରିଗେଡିୟର ଜେନେରାଲ ଗୋଲାମରେଜା ସୁଲେମାନି ଇସ୍ରାଏଲ ଆକ୍ରମଣରେ ନିହତ ହୋଇଥିଲେ। ଏହି ଘଟଣାକୁ କିଛି ଘଣ୍ଟା ନ ପୂରୁଣୁ ପୁଣି ଜଣେ ବରିଷ୍ଠ ନେତା ଇସ୍‌ମାଇଲ ଖାତିବ୍‌ଙ୍କୁ ହତ୍ୟା କରାଯାଇଥିବା ଇସ୍ରାଏଲର ଆଇଡିଏଫ୍‌ ଦାବି କରିଛି। ତାଙ୍କ ମୃତ୍ୟୁକୁ ଇରାନ୍‌ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ୍‌ ସ୍ୱୀକାର କରିଛନ୍ତି।୨ ଦିନ ମଧ୍ୟରେ ଇରାନ୍‌ ପାଓ୍ୱାର ସେଣ୍ଟର୍‌ର ୩ ବରିଷ୍ଠ ନେତାଙ୍କ ମୃତ୍ୟୁ ହେବା ଘଟଣା ଇରାନ୍‌ ପାଇଁ ଚିନ୍ତା ବଢାଇଛି। ଏହି ୩ ବ୍ୟକ୍ତି ଆୟାତୋଲ୍ଲା ଖାମେନେଇଙ୍କ ଅତ୍ୟନ୍ତ ଘନିଷ୍ଠ ରହି ଆସିଥିଲାବେଳେ ପ୍ରତିରକ୍ଷା, ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ବହିର୍ୱ୍ୟାପାର କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇ ଆସୁଥିଲେ। ଲାରିଜାନି ‘ ବ୍ୟାକ୍‌ରୁମ୍‌ ପାଓ୍ୱାର ବ୍ରୋକର୍‌’ ଭାବେ ପରିଚିତ ଥିଲେ। ସେପଟେ ସୁପ୍ରିମ ଲିଡର ମୋଜ୍‌ତବା ଖାମେନେଇ ଗୁରୁତର ଆହତ ହୋଇ ବର୍ତ୍ତମାନ ରୁଷିଆରେ ଚିକିତ୍ସା ହେଉଥିବା କୁହାଯାଉଥିବାବେଳେ ଇରାନ୍‌ର ନେତୃତ୍ୱ ପାଇଁ ବଡ଼ ପ୍ରଶ୍ନ ଉଠିଛି। ପେବୃଆରୀ ୨୮ରେ ଇରାନ୍‌ ଉପରେ ଇସ୍ରାଏଲ ଆକ୍ରମଣ ଆରମ୍ଭ କରିବା ପରେ ଜଣକ ପରେ ଜଣେ ଇରାନୀୟ ନେତାଙ୍କୁ ଇସ୍ରାଏଲ ଟାର୍ଗେଟ କରି ହତ୍ୟା କରିବାରେ ଲାଗିଛି। ଆକ୍ରମଣର ପ୍ରଥମ ଦିନରେ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇଙ୍କ ସମେତ ତାଙ୍କର ବହୁ ପରିବାର ସଦସ୍ୟ ଏବଂ ବରିଷ୍ଠ ଅଧିକାରୀ ପ୍ରାଣ ହରାଇଥିଲେ। ବର୍ତ୍ତମାନ ଇରାନ୍‌ର ସର୍ୱୋଚ୍ଚ ନେତା ନିଯୁକ୍ତ ହୋଇଥିବା ଖାମେନେଇଙ୍କ ପୁଅ ମୋଜ୍‌ତବା ଖାମେନେଇ ମଧ୍ୟ ଏହି ଘଟଣାରେ ଗୁରୁତର ଆହତ ହୋଇଥିଲେ। କେବଳ ଇରାନ୍‌ ନୁହେଁ, ଇସ୍ରାଏଲ ସେନା ଲେବାନନ୍‌ର ହିଜ୍‌ବୁଲ୍ଲା ଠିକଣା ଉପରେ ମଧ୍ୟ ଆକ୍ରମଣ ଜାରି ରଖିଛି। ମଙ୍ଗଳବାର ମଧ୍ୟରାତ୍ରରେ ଲେବାନନ୍‌ର ବିଭିନ୍ନ ଇଲାକା ଉପରେ ଇସ୍ରାଏଲର ଆଇଡିଏଫ୍‌ ବୋମାମାଡ଼ କରିଥିଲାବେଳେ ଏହି ଘଟଣାରେ ଅନୂ୍ୟନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri