ପୂର୍ବ ବାଗଦାଦରେ ଫୁଟବଲ ଷ୍ଟାଡିୟମ ନିକଟରେ ବିସ୍ଫୋରଣ, ୧୦ ମୃତ, ୨୦ରୁ ଅଧିକ ଆହତ

ବାଗଦାଦ,୩୦ ।୧୦: ଇରାକର ପୂର୍ବ ବାଗଦାଦରେ ହୋଇଥିବା ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଅତିକମରେ ୨୦ଜଣ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ବିସ୍ଫୋରଣ ଏକ ଫୁଟବଲ ଷ୍ଟାଡିୟମ ଓ ଏକ କୈଫେ ନିକଟରେ ହୋଇଛି । ବିସ୍ଫୋରଣର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ ।
ସୁରକ୍ଷା ଅଧିକାରୀଙ୍କ ସୂଚନା ଅନୁଯାୟୀ, ଶନିବାର ବାଗଦାଦରେ ଏକ ଫୁଟବଲ ପଡିଆ ନିକଟରେ ଏକ ଗ୍ୟାସ ଟ୍ୟାଙ୍କରରେ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ସେଠାରେ ଥିବା ଘର ଓ ଫୁଟବଲ ଷ୍ଟାଡିୟମ କ୍ଷତିଗ୍ରସ୍ତ ହୋଇଛି । ତେବେ କୌଣସି ଯାନ୍ତ୍ରିକ ତୃଟି ନା କେହି ଜାଣିଶୁଣି ଏହି ବିସ୍ଫୋରଣ କରିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଏଥିରେ ମୃତାହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅଧିକାଂଶ ହେଉଛନ୍ତି ଫୁଟବଲ ଖେଳାଳି । କାରଣ ସେହି ସମୟରେ ସେମାନେ ଷ୍ଟାଡିୟମରେ ଉପସ୍ଥିତ ଥିଲେ । ଆହତଙ୍କୁ ଚିକିତ୍ସା ଲାଗି ତୁରନ୍ତ ହସ୍ପିଟାଲଷର ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri