IRB Constable Sepoy ନିଯୁକ୍ତି ମାମଲା: ବୟସ ସୀମା ୩ବର୍ଷ କୋହଳ

କଟକ,୨୫।୩:ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ ସମ୍ମତି ପରେ କୋର୍ଟ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାତାଉ କି, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନେଇ ବୈଠକ ବସିଥିଲା। ବୟସ ୩ ବର୍ଷ କୋହଳ ନେଇ ନିଷ୍ପତ୍ତି ପରେ କୋର୍ଟଙ୍କୁ ଜଣାଇଥିଲେ AG।  ମହାମାରୀ କରୋନା କାରଣରୁ ପ୍ରାୟ ୩ ବର୍ଷ ପର୍ଯ୍ୟନ୍ତ ଆଇଆର୍‌ବି କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲା। କରୋନା କାଳ ଅତିକ୍ରମ କଲାପରେ ପ୍ରାୟ ୧୮୦୦ ଆଇଆର୍‌ବି କନ୍‌ଷ୍ଟେବଲ୍‌ ସିପାହି ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେହି ସମୟ ଭିତରେ କେତେଜଣ ପ୍ରାର୍ଥୀଙ୍କର ବୟସ ଅତିକ୍ରାନ୍ତ ହୋଇଯାଇଥିଲା।

ତେବେ ବୟସାଧିକ କାରଣରୁ ବାଦ୍‌ ପଡ଼ିଥିବା କେତେଜଣ ପ୍ରାର୍ଥୀ ଇଣ୍ଟରଭ୍ୟୁ ଦେବା ଲାଗି ଅନୁମତି ଲୋଡି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ସେମାନଙ୍କ ଆବେଦନକୁ ବିଚାରକରି ଇଣ୍ଟରଭ୍ୟୁରେ ସାମିଲ ହେବା ଲାଗି ନିର୍ଦ୍ଦେଶ ଦେଇଥିଲେ। ହେଲେ ଇତିମଧ୍ୟରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କିନ୍ତୁ ବୟସାଧିକ ହେତୁ ମେଧା ତାଲିକାରୁ ବାଦ୍‌ ପଡ଼ିଥିବା ପ୍ରାର୍ଥୀମାନେ ଏଥିରୁ ବଞ୍ଚତ୍ତ ହୋଇଛନ୍ତି। ବୟସ ଅତିକ୍ରାନ୍ତ କରିଥିବା ପ୍ରାର୍ଥୀମାନଙ୍କ ପାଇଁ ପୂର୍ବରୁ ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଥିଲା, ତାହା କାର୍ଯ୍ୟକାରୀ ହୋଇ ନ ଥିଲା। ତେଣୁ ସେମାନେ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ସେମାନଙ୍କ ପାଇଁ ଲାଗୁ କରିବା ନିମନ୍ତେ ଆଦେଶ ଦେବାକୁ ସେମାନେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri