IRB Constable Sepoy ନିଯୁକ୍ତି ମାମଲା: ବୟସ ସୀମା ୩ବର୍ଷ କୋହଳ

କଟକ,୨୫।୩:ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ ସମ୍ମତି ପରେ କୋର୍ଟ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାତାଉ କି, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନେଇ ବୈଠକ ବସିଥିଲା। ବୟସ ୩ ବର୍ଷ କୋହଳ ନେଇ ନିଷ୍ପତ୍ତି ପରେ କୋର୍ଟଙ୍କୁ ଜଣାଇଥିଲେ AG।  ମହାମାରୀ କରୋନା କାରଣରୁ ପ୍ରାୟ ୩ ବର୍ଷ ପର୍ଯ୍ୟନ୍ତ ଆଇଆର୍‌ବି କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲା। କରୋନା କାଳ ଅତିକ୍ରମ କଲାପରେ ପ୍ରାୟ ୧୮୦୦ ଆଇଆର୍‌ବି କନ୍‌ଷ୍ଟେବଲ୍‌ ସିପାହି ପଦବୀ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେହି ସମୟ ଭିତରେ କେତେଜଣ ପ୍ରାର୍ଥୀଙ୍କର ବୟସ ଅତିକ୍ରାନ୍ତ ହୋଇଯାଇଥିଲା।

ତେବେ ବୟସାଧିକ କାରଣରୁ ବାଦ୍‌ ପଡ଼ିଥିବା କେତେଜଣ ପ୍ରାର୍ଥୀ ଇଣ୍ଟରଭ୍ୟୁ ଦେବା ଲାଗି ଅନୁମତି ଲୋଡି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ସେମାନଙ୍କ ଆବେଦନକୁ ବିଚାରକରି ଇଣ୍ଟରଭ୍ୟୁରେ ସାମିଲ ହେବା ଲାଗି ନିର୍ଦ୍ଦେଶ ଦେଇଥିଲେ। ହେଲେ ଇତିମଧ୍ୟରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କିନ୍ତୁ ବୟସାଧିକ ହେତୁ ମେଧା ତାଲିକାରୁ ବାଦ୍‌ ପଡ଼ିଥିବା ପ୍ରାର୍ଥୀମାନେ ଏଥିରୁ ବଞ୍ଚତ୍ତ ହୋଇଛନ୍ତି। ବୟସ ଅତିକ୍ରାନ୍ତ କରିଥିବା ପ୍ରାର୍ଥୀମାନଙ୍କ ପାଇଁ ପୂର୍ବରୁ ଯେଉଁ ନିର୍ଦ୍ଦେଶନାମା ଜାରି ହୋଇଥିଲା, ତାହା କାର୍ଯ୍ୟକାରୀ ହୋଇ ନ ଥିଲା। ତେଣୁ ସେମାନେ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ ସେମାନଙ୍କ ପାଇଁ ଲାଗୁ କରିବା ନିମନ୍ତେ ଆଦେଶ ଦେବାକୁ ସେମାନେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?