କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା (୩୪) । ବୁଧବାର ରାତିରେ କ୍ୟାମ୍ପ ଠାରୁ ୧ କିମି ଦୂରରେ ଠାବ କରାଯାଇଥିଲା। ଏହାପରେ ପୋଲିସ ଗୁରୁବାର ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ୍ ପଠାଇ ଦେଇଥିଲେ । ଶବ ବ୍ୟବଚ୍ଛେଦ ପରେ କ୍ୟାମ୍ପରେ ଶେଷ ଦର୍ଶନ ପାଇଁ କିଛି ସମୟ ରଖାଯାଇଥିଲା। ଏହାପରେ ଶବକୁ ତାଙ୍କ ଗ୍ରାମ ବାଲୁଗାଁ ଥାନା ଅନ୍ତର୍ଗତ ଚନ୍ଦ୍ରପୁଟ ଗ୍ରାମକୁ ପଠାଇ ଦିଆଯାଇଛି। ଋଣଭାର ସହ ଝିଅର ସ୍ୱାସ୍ଥ୍ୟ କୁ ନେଇ ସେ ସର୍ବଦା ଚିନ୍ତିତ ରହୁଥିଲେ । ଏହିଭଳି ପରିସ୍ଥିତିରେ ସେ ଜୀବନ ହାରିଦେଇଥିବା ସୂଚନା ରହିଛି ।

ଦେବାଶିଷ ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି । ଏନେଇ ବେଲଗୁଣ୍ଠା ଥାନା ଅଧିକାରୀଙ୍କ ସହ ଯୋଗାଯୋଗ କରାଯାଇଥିଲା । କିନ୍ତୁ ସେ ଫୋନ ନ ଉଠାଇବାରୁ ତାଙ୍କର ମତାମତ ନିଆଯାଇ ପାରିନାହିଁ । ଘଟଣାରୁ ପ୍ରକାଶ ଯେ ଦେବାଶିଷ ୨୦୧୧ ରୁ ଆଇଆରବି ୮ମ ସ୍ୱତନ୍ତ୍ର ବାଟାଲିୟନରେ ଯବାନ ଭାବେ କାର୍ଯ୍ୟକରୁଥିଲେ । ୨୦୨୦ ରେ ସେ ହାବିଲଦାରକୁ ପଦୋନ୍ନତି ପାଇ ତନରଡ଼ା କ୍ୟାମ୍ପରେ କାର୍ଯ୍ୟରତ ଥିଲେ। ତାଙ୍କ ଝିଅର ସ୍ୱାସ୍ଥ୍ୟ ଭଲ ରହୁନଥିଲା । ଏଥିସହ ଅନ୍ୟାନ୍ୟ କାରଣ ଯୋଗୁଁ ସେ ବିଭିନ୍ନ ଆଡୁ ଋଣ ଆଣି ଦେବାଳିଆ ଅବସ୍ଥାକୁ ଚାଲି ଆସିଯାଇଥିଲେ। ଯାହାକୁ ନେଇ ସେ ବିଗତ କିଛି ଦିନ ହେବ ମାନସିକ ଚାପରେ ରହୁଥିଲେ।
ଏହିଭଳି ପରିସ୍ଥିତିରେ ମଙ୍ଗଳବାର ରାତିରେ କ୍ୟାମ୍ପରୁ ସାଇକେଲ ମାଗି ବଜାରକୁ ଯାଉଛି ବୋଲି କହିଥିଲେ । ରାତିରେ କ୍ୟାମ୍ପକୁ ଫେରିବାରେ ବିଳମ୍ବ ହେବାରୁ ଦାୟିତ୍ୱରେ ଥିବା ଅଧିକାରୀମାନେ ତାଙ୍କୁ ଫୋନ୍ କରିଥିଲେ । କିନ୍ତୁ ଫୋନ୍ ସୁଇଚ ଅପ୍ ଥିଲା। ସେ କାଳେ ଭଞ୍ଜନଗର ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇଥିବ ଭାବି କର୍ମଚାରୀମାନେ ଦ୍ୱନ୍ଦରେ ରହିଥିଲେ। ବିଳମ୍ୱିତ ରାତି ପର୍ଯ୍ୟନ୍ତ ଦେବାଶିଷ କ୍ୟାମ୍ପକୁ ନଫେରିବାରୁ ଏହାପରେ ଖୋଜାଖୋଜି ଆରମ୍ଭ ହୋଇଥିଲା। ଏହାପରେ କ୍ୟାମ୍ପ ଠାରୁ କିଛି ଦୂରରେ ଥିବା ସରନାଳରେ ଦେବାଶିଷଙ୍କୁ ଅଚେତ୍ ଅବସ୍ଥାରେ ଠାବ କରାଯାଇଥିଲା । ସେ କାଳେ ବଞ୍ଚିଥିବ ଭାବି ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ୍ ଅଣାଯାଇଥିଲା। ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହାପରେ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଥିଲେ। ଦେବାଶିଷ ଜଣେ ଭଦ୍ର ଏବଂ ମେଳାପୀ ଯବାନ ଥିଲେ । ତାଙ୍କର ହଠାତ୍ ବିୟୋଗକୁ ନେଇ କ୍ୟାମ୍ପରେ ଶୋକର ଛାୟା ଖେଳିଯାଇଛି । ଅନ୍ୟପଟେ ଶୁକ୍ରବାର କ୍ୟାମ୍ପରେ ବଡା ଖାନା ହେବାର ଥିଲା। କିନ୍ତୁ ହବିଲାଦାରଙ୍କ ଅକାଳ ବିୟୋଗ ପାଇଁ ବଡା ଖାନା କାର୍ଯ୍ଯକ୍ରମକୁ ବାତିଲ କରି ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?