ଆଇଆର୍‌ସିଟିସି ଇ-କ୍ୟାଟରିଂ ସେବା ଶୀଘ୍ର

ନୂଆଦିଲ୍ଲୀ: ରେଳଯାତ୍ରୀଙ୍କୁ ଆଶ୍ୱସ୍ତି। ଆସନ୍ତା ମାସରୁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜମ କର୍ପୋରେଶନ(ଆଇଆର୍‌ସିଟିସି)ର ଇ-କ୍ୟାଟରିଂ ସେବା ପୁଣି ଥରେ କାର୍ଯ୍ୟକ୍ଷମ ହେବ। ଏ ନେଇ ସଂସ୍ଥା ପକ୍ଷରୁ ଶୁକ୍ରବାର ସ୍ପଷ୍ଟ କରାଯାଇଛି। କରୋନା ଜନିତ ଲକ୍‌ଡାଉନ ପାଇଁ ଏହି ସେବାକୁ ଗତ ବର୍ଷ ମାର୍ଚ୍ଚ ୨୨ରୁ ବନ୍ଦ କରାଯାଇଥିଲା। ଭାରତୀୟ ରେଳପଥର ଆଇଆର୍‌ସିଟିସି ଏକ ସଂସ୍ଥା। ବର୍ତ୍ତମାନ ଚାଲୁଥିବା ସ୍ବତନ୍ତ୍ର ଟ୍ରେନ୍‌ଗୁଡିକରେ ଏଭଳି ସୁବିଧା ଉପଲବ୍ଧ ହେବ। ଏହି ସେବାକୁ ରେଲଓ୍ବେ ୨୦୧୪ରେ ଆରମ୍ଭ କରିଥିଲା। ଏହାଦ୍ୱାରା ଲୋକମାନେ ଟ୍ରେନ୍‌ ଯାତ୍ରା ସମୟରେ ଫୋନ କିମ୍ବା ଅନ୍‌ଲାଇନରେ ଖାଦ୍ୟ ଅର୍ଡର କରିବାକୁ ସକ୍ଷମ ହେଉଥିଲେ। ରେଳ ଷ୍ଟେଶନଗୁଡିକରେ ଲୋକଙ୍କୁ ଖାଦ୍ୟ ଡେଲିଭରି ମିଳିଯାଉଥିଲା। କୋଭିଡ୍‌ ପୂର୍ବରୁ ଆଇଆର୍‌ସିଟିସି ଦୈନିକ ୨୦ ହଜାର ଇ-କ୍ୟାଟରିଂ ଅର୍ଡର ଲାଭ କରୁଥିଲା। ବର୍ତ୍ତମାନ ପୁଣି ଥରେ ରେଳ ସେବା ସ୍ବାଭାବିକ ହେଉଥିବାରୁ ଇ-କ୍ୟାଟରିଂ ସେବାକୁ ପର୍ଯ୍ୟାୟ ଭିତ୍ତିରେ କାର୍ଯ୍ୟକାରୀ କରିବା ଲାଗି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri