Posted inଜାତୀୟ

ତେଜସ୍ବୀଙ୍କୁ ତାଗିଦ୍‌ କଲେ କୋର୍ଟ

ନୂଆଦିଲ୍ଲୀ,୧୮।୧୦: ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ କର୍ପୋରେସନ (ଆଇଆରସିଟିସି) ସ୍କାମ ମାମଲାରେ ବିହାରର ଉପମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ତେଜସ୍ବୀ ଯାଦବ ମଙ୍ଗଳବାର ଦିଲ୍ଲୀ ସ୍ଥିତ ରାଉସ ଏଭେନ୍ୟୁ କୋର୍ଟରେ ପହଞ୍ଚିଛନ୍ତି।
ଆଇଆରସିଟିସି ଦୁର୍ନୀତି ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ଜାମିନକୁ ନାମଞ୍ଜୁର କରିବାକୁ ସିବିଆଇ କୋର୍ଟଙ୍କୁ ଅନୁରୋଧ କରିଥିଲା। ଏହା ଉପରେ କୋର୍ଟ ତେଜସୱୀ ଯାଦବଙ୍କୁ ଅକ୍ଟୋବର ୧୮ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ଏବଂ ଜବାବ ଦେବାକୁ କହିଥିଲେ। ଆଜି ତେଜସ୍ବୀ ଏହି ମାମଲାରେ କୋର୍ଟରେ ହାଜର ହୋଇ ସିବିଆଇର ଆବେଦନ ଉପରେ ତେଜସ୍ବୀ ନିଜର ଉତ୍ତର ଦାଖଲ କରିଛନ୍ତି। ତେବେ ତେଜସ୍ବୀ ଯାଦବଙ୍କ ଉତ୍ତରକୁ ସିବିଆଇ ବିରୋଧ କରିଛି। ସିବିଆଇ କହିଛି ଯେ, ତଦନ୍ତକୁ ପ୍ରଭାବିତ କରିବା ପାଇଁ ଅଫିସରଙ୍କୁୁ ଧମକ ଦିଆଯାଉଛି। ଏହି ମାମଲା ସହ ଜଡିତ ତଦନ୍ତକାରୀ ଅଧିକାରୀଙ୍କୁ ଦୁଇଥର ଆକ୍ରମଣ ମଧ୍ୟ କରାଯାଇଛି। ଏହି କାରଣରୁ ତାଙ୍କ ଜାମିନ ବାତିଲ କରିବାକୁ ଆମେ କୋର୍ଟକୁ କହିଛନ୍ତି। ମଙ୍ଗଳବାର ଦିନ ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ କୋର୍ଟ ତେଜସ୍ବୀଙ୍କୁ ତାଗିଦ କରିଛନ୍ତି। ସର୍ବସାଧାରଣରେ କହିବା ସମୟରେ ଉପଯୁକ୍ତ ଶବ୍ଦ ବ୍ୟବହାର କରିବାକୁ ତେଜସ୍ବୀଙ୍କୁ କୋର୍ଟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri