Categories: ଫୁରସତ

ଗଛରେ ଚଢ଼ି ପଇଡ ପାଣି ପିଉଛି ପକ୍ଷୀ: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭିଡିଓ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ପକ୍ଷୀ ନଡ଼ିଆ ଗଛରେ ବସି ପଇଡ଼କୁ ଥଣ୍ଟରେ ଛିଡାଇ କଣା କରି ପାଣି ପିଉଛି। ଏହି ଭିଡିଓକୁ ଭାରତୀୟ ବନ ସେବା ଅଧିକାରୀ ସୁଶାନ୍ତ ନନ୍ଦା ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପଶନରେ ସେ ଲେଖିଛନ୍ତି, କିଏ ପଇଡ଼ ପାଣି ପିଇବାକୁ ଭଲ ପାଏ ନାହିଁ । ଏହି ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି।

Share