Posted inଖେଳ

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଆୟର୍ଲାଣ୍ଡ ୧ରନରେ ଭାରତକୁ ହରାଇ ଦେଇଛି।

ଆୟର୍ଲାଣ୍ଡ ଦ୍ୱାରା ଧାର୍ଯ୍ୟ ୧୫୫ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ନିର୍ଦ୍ଧାରିତ ଓଭରରେ ୯ଉଇକେଟ ବିନିମୟରେ ୧୫୩ ରନ୍‌ କରିପାରିଥିଲା। ଟପ୍‌ ସ୍କୋରର ତିଳକ ବର୍ମା ୫୫ରନ (୪୬ ବଲ୍‌, ୩ଚୌକା ୧ ଛକା) କରିଥିଲେ। ହର୍ଷିତ ରାଣା ୨୧ ଓ ଶିବମ ଦୁବେ ୨୦ରନ୍‌ କରିଥିଲେ।

ଆୟର୍ଲାଣ୍ଡ ପକ୍ଷରୁ ଜୟ ମୁନ୍ଦ୍ରା ଓ ମାଥ୍ୟୁ ହୋଲାର୍ଡ ୩ଟି ଲେଖାଏଁ ଉଇକେଟ ନେଇଥିଲେ। ଆୟୋଜକ ଦଳ ୨ମ୍ୟାଚ ବିଶିଷ୍ଟ ସିରିଜରେ କ୍ଲିନ୍‌ ସୁଇପ୍‌ ବିଜୟ ହାସଲ କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ଟି୨୦ରେ ଆୟର୍ଲାଣ୍ଡ ୩୪ ରନରେ ଭାରତକୁ ପରାସ୍ତ କରିଥିଲା।

୩ ପେସ୍‌ ବୋଲର ହର୍ଷିତ ରାଣା (୧/୧୭), ଅର୍ଶଦୀପ ସିଂ (୨/୩୫) ଓ ପ୍ରିନ୍ସ ଯାଦବ (୩/୨୨) ଚମତ୍କାର ବୋଲିଂ ଯୋଗୁ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିବା ଭାରତ ଆୟର୍ଲାଣ୍ଡ ସ୍କୋରକୁ ୧୫୪/୮ରେ ସୀମିତ କରିଦେଇଥିଲା। ଦଳର ଟପ୍‌ ସ୍କୋରର ହ୍ୟାରୀ ଟେକ୍ଟର ତାଙ୍କ ୧୦୦ତମ ଅନ୍ତର୍ଜାତୀୟ ଟି୨୦ରେ ୫୩ରନ (୪୭ ବଲ୍‌, ୫ ଚୌକା ଓ ୧ଛକା) କରିଥିବା ବେଳେ ବେଞ୍ଜାମିନ୍‌ କାଲିଜ ୩୭ ରନ କରିଥିଲେ। ଏହି ମ୍ୟାଚରେ ବ୍ୟାଟିଂ ଅଲରାଉଣ୍ଡର ସୂର୍ଯ୍ୟାଂଶ ଶେଡ୍‌ଗେ ଓ ଫାଷ୍ଟ ବୋଲର ପ୍ରିନ୍ସ ଯାଦବ ଭାରତ ତରଫରୁ ସେମାନଙ୍କର ପ୍ରଥମ ପଦାର୍ପଣ କରିଥିଲେ। ଚର୍ଚ୍ଚିତ ସ୍ବଳ୍ପ ବୟସ୍କ ବ୍ୟାଟିଂ ସେନ୍‌ସେସନ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରେ ସାମିଲ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?