Posted inଖେଳ

ଲଙ୍କା ପ୍ରିମିୟର ଲିଗ୍‌ ଖେଳିବା ଲାଗି ଇରଫାନ ଆଗ୍ରହୀ

ନୂଆଦିଲ୍ଲୀ, ୨ା୮ (ପି.ଟି.)-ଅଗଷ୍ଟ ୨୮ରୁ ଆରମ୍ଭ ହେବାକୁ ଥିବା ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଅଂଶଗ୍ରହଣ କରିବା ଲାଗି ୭୦ ବିଦେଶୀ ଖେଳାଳି ଆଗ୍ରହୀ ଅଛନ୍ତି। ସେମାନଙ୍କ ମଧ୍ୟରେ ଭାରତର ପୂର୍ବତନ ଅଲରାଉଣ୍ଡର ଇର୍‌ଫାନ ପଠାନ ଅନ୍ୟତମ ଆକର୍ଷଣ। ଲିଗ୍‌ରେ ୫ଟି ଫ୍ରାଞ୍ଚାଇଜ୍‌ ଭାଗ ନେବେ। ସେଗୁଡ଼ିକ କଲମ୍ବୋ, କାଣ୍ଡି, ଗାଲେ, ଦାମ୍ବୁଲା ଓ ଜାଫନା ସହର ନାମରେ ରହିବ।କେତେକ କ୍ଷେତ୍ରରେ ସରକାରୀ କ୍ଲିଅରାନ୍ସ ମିଳି ନ ଥିବାରୁ ଲିଗ୍‌ ପାଇଁ ଚିଠା ପ୍ରସ୍ତୁତ କରାଯାଇ ପାରୁ ନାହିଁ କିମ୍ବା ଫ୍ରାଞ୍ଚାଇଜ୍‌ ମାଲିକମାନଙ୍କ ନାମ ଘୋଷଣା କରାଯାଇ ପାରୁ ନାହିଁ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କୌଣସି ସକ୍ରିୟ ଭାରତୀୟ ଖେଳାଳିଙ୍କୁ ବିଦେଶୀ ଲିଗ୍‌ରେ ଅଂଶଗ୍ରହଣ ପାଇଁ ଅନୁମତି ଦେବ ନାହିଁ। ଇରଫାନ ଅବସର ନେଇସାରି ଥିବାରୁ ଏଲ୍‌ପିଏଲ୍‌ରେ ଅଂଶଗ୍ରହଣ କରିବା କ୍ଷେତ୍ରରେ ତାଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ଶ୍ରୀଲଙ୍କାର ପୂର୍ବତନ ଅଲରାଉଣ୍ଡର ଫରଭିଜ୍‌ ମାହାରୁଫ୍‌ ଚିଠାରେ ଇରଫାନ୍‌ଙ୍କ ନାମ ରଖିବାକୁ ପ୍ରସ୍ତାବ ଦେଇଛନ୍ତି। ପୂର୍ବତନ ଭାରତୀୟ ଅଲରାଉଣ୍ଡରଙ୍କୁ କୌଣସି ଦଳ ମାର୍କି ଖେଳାଳି ଭାବେ ଗ୍ରହଣ କରିବା ଯଥେଷ୍ଟ ସମ୍ଭାବନା ରହିଛି। ଗତ ସୋମବାର ଶ୍ରୀଲଙ୍କା କ୍ରିକେଟ ବୋର୍ଡର କାର୍ଯ୍ୟନିର୍ବାହୀ କମିଟି ବୈଠକ ବସିଥିଲା। ଏଥିରେ ଟୁନର୍ର୍ାମେଣ୍ଟ ଅନୁମୋଦନ ଲାଭ କରିଛି। ଲିଗ୍‌ରେ ମୋଟ ୨୩ଟି ମ୍ୟାଚ ଚାରୋଟି ଅନ୍ତର୍ଜାତୀୟ ଭେନ୍ୟୁ ଯଥା ଆର. ପ୍ରେମାଦାସା ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ, ରଣଗିରି ଦାମ୍ବୁଲା ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ, ପାଲିକେଲ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ ଓ ସୁରିୟାଓ୍ବିଓ୍ବା ମହିନ୍ଦା ରାଜପାକ୍‌ସେ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ସୂଚନାଯୋଗ୍ୟ, ପୂର୍ବରୁ ଭାରତର ପୂର୍ବତନ ଅଲରାଉଣ୍ଡର ତଥା ବିଶ୍ୱକପ୍‌ ବିଜେତା ଯୁବରାଜ ସିଂ ଗତ ବର୍ଷ ଆବୁଧାବିରେ ଖେଳାଯାଇଥିବା ଟି୧୦ ଲିଗ୍‌ରେ ମରାଠା ଆରବିଆନ୍ସ ଟିମ୍‌ ତରଫରୁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?