Posted inଖେଳ

ମ୍ୟାଚ୍‌ ହାରିଲେ, କିନ୍ତୁ ଜିତିଲେ ହୃଦୟ

ରାୟପୁର,୯।୩: ଚଳିତ ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ୍‌ରେ ମଙ୍ଗଳବାର ଖେଳାଯାଇଥିବା ଇଂଲଣ୍ଡ ଲିଜେଣ୍ଡ୍ସ ବିପକ୍ଷ ମ୍ୟାଚ୍‌ରେ ଇଣ୍ଡିଆ ଲିଜେଣ୍ଡ୍ସକୁ ପରାଜୟର ମୁହଁ ଦେଖିବାକୁ ପଡ଼ିଛି। କିନ୍ତୁ ଦଳର ଖେଳାଳିମାନେ ମ୍ୟାଚ୍‌ ଜିତିବା ପାଇଁ ଭରପୂର ପ୍ରୟାସ କରିଥିଲେ। ମ୍ୟାଚ୍‌ ହାରିଲେ ମାତ୍ର ଜିତିଲେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ।

୧୮୮ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଇଣ୍ଡିଆ ଲିଜେଣ୍ଡ୍ସ ୧୫.୪ ଓଭରରେ ୧୧୯ ରନ୍‌ରେ ୭ ଉଇକେଟ ହରାଇ ନିଶ୍ଚିତ ପରାଜୟ ଆଡ଼େ ମୁହଁାଉ ଥିଲା। ଦଳକୁ ଜିତିବା ପାଇଁ ୨୬ ବଲରେ ଦରକାର ଥାଏ ୭୦ ରନ୍‌। ଏଭଳି ସଙ୍କଟ ଜନକ ସ୍ଥିତିରେ ଦଳ ପାଖରେ ନା ଥିଲେ ସଚିନ କି ସେହ୍ବାଗ। କିନ୍ତୁ ହାର ମାରି ନ ଥିଲେ ଇର୍ଫାନ ପଠାନ ଓ ମନପ୍ରିତ ଗୋନି। ଦୁହେଁ ପଡ଼ିଆ ଚତୁଃ ପାର୍ଶ୍ୱରେ ଛକା, ଚୌକାର ବର୍ଷା କରି ଦେଇଥିଲେ। ହେଲେ ସାଥ୍‌ ଦେଲାନି ଭାଗ୍ୟ। ମାତ୍ର ୬ ରନ୍‌ରେ ହାରିଲା ଇଣ୍ଡିଆ ଲିଜେଣ୍ଡ୍ସ।

ପଠାନ ୬୧ (୫ ଛକା ଓ ୪ ଚୌକା) ଓ ଗୋନି ୩୫ (୪ ଛକା ଓ ୧ ଚୌକା) ରନ୍‌ ଅପରାଜିତ ଥିଲେ। ସଚିନ ତେନ୍ଦୁଲକରଙ୍କ ନେତୃତ୍ୱାଧୀନ ଦଳ ପାଇଁ କାଳ ସାଜିଥିବା ମଣ୍ଟି ପାନେସର ନେଇଥିଲେ ସର୍ବାଧିକ ୩ ଉଇକେଟ। ଏଥିପୂର୍ବରୁ ଅଧିନାୟକ କେଭିନ ପିଟରସନ (୭୫ ରନ୍‌, ୬ ଚୌକା ଓ ୫ ଛକା)ଙ୍କ ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଲିଜେଣ୍ଡ୍ସ ଧାର୍ଯ୍ୟ ୨୦ ଓଭରରେ ୭ ଉଇକେଟ ହରାଇ ୧୮୮ ରନ୍‌ କରିଥିଲା। ୟୁସୁଫ ପଠାନ ୩ ଓ ଇର୍ଫାନ ୨ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri