Posted inଖେଳ

ଖୁବ୍‌ଶୀଘ୍ର କୋଚ୍‌ ହୋଇପାରନ୍ତି ଇରଫାନ୍‌ ପଠାନ! ଏନ୍‌ସିଏରେ ବିତାଇଲେ ୮ ଦିନ; ଦ୍ରାବିଡଙ୍କୁ କହିଲେ ଧନ୍ୟବାଦ

ନୂଆଦିଲ୍ଲୀ,୧୪।୮: ପୂର୍ବ ଭାରତୀୟ ଦ୍ରୁତ ବୋଲର ଇରଫାନ୍‌ ପଠାନ ଖୁବ୍‌ଶୀଘ୍ର କୌଣସି ଟିମ୍‌ର କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି। ପଠାନ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଏନେଇ ସମ୍ୟକ ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରୀୟ କ୍ରିକେଟ ଏକାଡେମୀ(ଏନ୍‌ସିଏ) ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଦ୍ୱାରା ଆୟୋଜିତ ଲେବଲ-୨ ହାଇବ୍ରିଡ୍‌ କୋଚ୍‌ କୋର୍ସ ଶେଷ କରିଥିବା କହିଛନ୍ତି। ଉକ୍ତ କୋର୍ସ ୮ ଦିନର ଥିଲା। ଏଥିରେ ବଡ଼ ଖେଳାଳିମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ସମୟରେ ସଠିକ୍‌ ମାର୍ଗଦର୍ଶନ ପାଇଁ ଏନ୍‌ସିଏ ମୁଖ୍ୟ ରାହୁଲ ଦ୍ରାବିଡ ଏବଂ ଅନ୍ୟ ଫାକଲ୍ଟିମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପ୍ରକାଶ ଯେ, ଇରଫାନ ୨୦୦୩-୦୪ରେ ନିଜର ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ସେ ୨୦୨୦ ଜାନୁୟାରୀରେ କ୍ରିକେଟରୁ ସନ୍ୟାସ ଦେଇଥିଲେ। ୨୦୧୨ରେ ସେ ନିଜର ଶେଷ ଦିନିକିଆ ଏବଂ ଟି-୨୦ ଖେଳିଥିଲେ। ସେହିଭଳି ୨୦୦୮ରେ ସେ ନିଜର ଶେଷ ଟେଷ୍ଟ ଖେଳିଥିଲେ। ଆଇପିଏଲ୍‌ରେ ଶେଷଥର ପାଇଁ ସେ ୨୦୧୭ରେ ନଜର ଆସିଥିଲେ।

ଇରଫାନ ୨୯ ଟେଷ୍ଟରେ ଏକ ଶତକ ଏବଂ ୬ ଅର୍ଦ୍ଧଶତକ ସହାୟତାରେ ୧୧୦୫ ରନ୍‌ କରିଛନ୍ତି। ଏଥିସହ ୧୦୦ ଉଇକେଟ ନେଇଛନ୍ତି। ସେହିଭଳି ୧୨୦ ଦିନିକିଆରେ ୫ ଅର୍ଦ୍ଧଶତକ ସହାୟତାରେ ୧୫୪୪ରନ୍‌ ଏବଂ ୧୭୩ ଉଇକେଟ ନେଇଛନ୍ତି। ୨୪ ଟି-୨୦ରେ ସେ ୧୭୨ ରନ୍‌ କରିଥିବା ବେଳେ ୨୮ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri