Posted inଖେଳ

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ ଥର ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଟାଇଟଲ ଜିତିବା ଲାଗି ଆଶା ବଢ଼ାଇଛି। ଏଥିଲାଗି ପଞ୍ଜବା ନେତୃତ୍ୱରେ ସ୍ପଷ୍ଟତା ଓ ଶକ୍ତିଶାଳୀ ଦଳ ଗଠନକୁ ପଠାନ ଶ୍ରେୟ ଦେଇଛନ୍ତି। ପଞ୍ଜାବ ଗତ ସିଜନରେ ରନରଅପ୍‌ ଭାବେ ଅଭିଯାନ ଶେଷ କରିଥିଲା।

ପଞ୍ଜାବ ଦଳର ପ୍ରଦର୍ଶନରେ ଦେଖାଦେଇଥିବା ପରିବର୍ତ୍ତନ ପଛରେ ନେତୃତ୍ୱର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଅକ୍ସନ ଟେବୁଲରେ ଅଧା ଆଇପିଏଲ୍‌ ଜିତାଯାଏ। ଅକ୍ସନରେ ବଡ଼ ପର୍ସ ଦରକାର ନାହିଁ। ସେମାନଙ୍କୁ ଯେଉଁଭଳି ଖେଳାଳି ଦରକାର ଥିଲେ ମିଳିଲେ ଏବଂ ସେମାନେ ଫାଇନାଲରେ ପହଞ୍ଚିଲେ। ସେମାନେ ଖୁବ ବଡ଼ ନିଷ୍ପତ୍ତି ନେଇଥିଲେ। ପ୍ରଦର୍ଶନ କରିବାରେ ବିଫଳ ହୋଇଥିବା ଗ୍ଲେନ ମ୍ୟାକ୍ସଓ୍ୱେଲଙ୍କ ଭଳି ଖେଳାଳିଙ୍କୁ ସେମାନେ ବାଦ୍‌ ଦେଇଥିଲେ। ବର୍ତ୍ତମାନ ସେମାନଙ୍କ ପାଖରେ ଆଜମତୁଲା ଓମାରଜାଇ, ମାର୍କୋ ଜାନସେନ, ମାର୍କସ ଷ୍ଟୋଇନିସଙ୍କ ଭଳି ବିଦେଶୀ ଅଲରାଉଣ୍ଡର ରହିଛନ୍ତି। ସେମାନେ ଶ୍ରେୟସ ଆୟାରଙ୍କୁ ଦଳର କ୍ୟାପ୍ଟେନ କରିବା ପାଇଁ ମୋଟ ଅଙ୍କର ଅର୍ଥ ଖର୍ଚ୍ଚ କରିଥିଲେ। ବର୍ତ୍ତମାନ ଏହି ଦଳର ଚିନ୍ତାଧାରାରେ ସ୍ପଷ୍ଟତା ଆସିଛି। ମୋ ମତରେ ପଞ୍ଜାବ ବର୍ତ୍ତମାନ ଉଚିତ ଦିଗରେ ଆଗେଇବା ଆରମ୍ଭ କରିଛି ବୋଲି ପଠାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri