Posted inଖେଳ

ପ୍ରଶ୍ନ ଉଠାଇଲେ ଇରଫାନ୍‌; ଯଦି ଆୟର-କିଶନ ବାଦ୍‌ ପଡ଼ିଲେ, ତେବେ ପାଣ୍ଡ୍ୟା କାହିଁକି ନୁହେଁ…

ନୂଆଦିଲ୍ଲୀ,୨୯।୨: ରଣଜୀ ଟ୍ରଫି ଖେଳିବାର ଆଦେଶ ପାଳନ ନ କରିବାକୁ ନେଇ ଈଶାନ କିଶନ ଏବଂ ଶ୍ରେୟସ ଆୟରଙ୍କୁ ବିସିସିଆଇ କେନ୍ଦ୍ରୀୟ ଅନୁବନ୍ଧ(କଣ୍ଟ୍ରାକ୍ଟ)ରୁ ବାଦ ଦିଆଯାଇଛି। ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭାରତର ପୂର୍ବତନ ଦ୍ରୁତ ବୋଲର ଇରଫାନ ପଠାନ୍‌। ଦଳର ଅନ୍ୟ ଖେଳାଳି ଯେପରିକି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଏହି ମାନଦଣ୍ଡ ନ ଥିଲା ବୋଲି ସେ କହିଛନ୍ତି।

୨୦୧୮ରୁ ଗୋଟିଏ ବି ଟେଷ୍ଟ ମ୍ୟାଚ୍‌ ଖେଳି ନାହାନ୍ତି ପାଣ୍ଡ୍ୟା। ତଥାପି ତାଙ୍କୁ କଣ୍ଟ୍ରାକ୍ଟରେ ‘ଏ’ ଗ୍ରେଡ୍‌ ମିଳିଛି। ହେଲେ ବିଶ୍ୱକପ୍‌ରେ ଭଲ ପ୍ରଦର୍ଶନ କରିଥିବା ସତ୍ତ୍ୱେ ଈଶାନ ଏବଂ ଶ୍ରେୟାସ ବାଦ୍‌ ପଡ଼ିଛନ୍ତି। ଏନେଇ ଘୋଷଣା କରାଯିବା ପରେ ଇରଫାନ ନିଜର ସୋସିଆଲ ଆକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, ଯଦି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭଳି ଖେଳାଳି ଲାଲ୍‌ ବଲ୍‌ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି ତେବେ କ’ଣ ତାଙ୍କୁ ଏବଂ ତାଙ୍କ ଭଳି ଅନ୍ୟମାନଙ୍କୁ ଅନ୍ତରାଷ୍ଟ୍ରୀୟ କ୍ରିକେଟ ନ ଖେଳିବାକୁ ଚାହୁଁଥିଲେ ଧଳା ବଲ୍‌ର ଘରୋଇ କ୍ରିକେଟ ଖେଳିବା ଆବଶ୍ୟକ। ଯଦି ଏସବୁ ଲାଗୁ ଲାଗୁ ହୋଇ ନ ଥାନ୍ତା ତେବେ ଭାରତୀୟ କ୍ରିକେଟକୁ ଇଚ୍ଛାମୁତାବକ ଫଳାଫଳ ମିଳିବ ନାହିଁ। ଉଭୟ ଶ୍ରେୟସ ଏବଂ ଈଶାନ ପ୍ରତିଭାବାନ ଖେଳାଳି ହୋଇଥିବାରୁ ସେ ଦୃଢ଼ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସେ କହିଛନ୍ତି।

କହିରଖୁଛୁ, ଗତ ବର୍ଷ ଡିସେମ୍ବରରେ ଈଶାନ ଦକ୍ଷିଣ ଆଫ୍ରିକା ଗସ୍ତକୁ ଅଧାରେ ଛାଡ଼ି ଚାଲିଆସିବା ପରେ ଝାଡ଼ଖଣ୍ଡ ଲାଗି ରଣଜୀ ଟ୍ରଫି ଖେଳିବାକୁ ଆସି ନ ଥିଲେ। ଏପରିକି ସେ ହାର୍ଦ୍ଦିକଙ୍କ ସହ ଆଇପିଏଲ୍‌ ଲାଗି ପ୍ରସ୍ତୁତି ଆରମ୍ଭ କରିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri