ଆଇରନ ବୋଝେଇ ଟ୍ରକ ଧକ୍କାରେ ବାପା ମୃତ ପୁଅ ଗୁରୁତର

ପାଟଣା,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ମୁମ୍ବାଇ କଲିକତା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ମଙ୍ଗଳବାର ରାତ୍ରି ଏକ ଆଇରନ ବୋଝେଇ ଟ୍ରକ ବାପା-ପୁଅଙ୍କୁ ଧକ୍କା ଦେଇଛି। ଦୂର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକ ଜଣକ ହେଉଛନ୍ତି ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାୟତ କାଶୀପୁର ଗ୍ରାମର ଧରଣୀ ଧର ମହାନ୍ତ(୬୮)। ସୂଚନା ଅନୁଯାୟୀ, ଉଭୟ ବାପା ଓ ପୁଅ ବାଇକ୍‌ ଯୋଗେ କେନ୍ଦୁଝରରୁ ନିଜ ଘରକୁ ଫେରୁଥିବା ସମୟରେ ଡାବର ଚୁଆ ନିକଟରେ କେନ୍ଦୁଝର ପାର୍ଶ୍ୱରୁ ଯାଉଥିବା ଓଡି୧୬ସି୭୦୦୩ ନମ୍ବର ବିଶିଷ୍ଟ ଆଇରନ ବୋଝେଇ ଟ୍ରକ ତାଙ୍କ ବାଇକକୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ଉଭୟ ରାଜପଥ ଉପରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ବାପା ଧରଣୀ ଧରଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ପୁଅ ଶିବ ମହାନ୍ତ(୩୦) ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣା ଘଟାଇ ଗାଡିଟି ଫେରାର ହୋଇଥିବା ବେଳେ ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri